ଜନ ଅଭିଯୋଗ ଶୁଣାଣି ଶିବିର
ଜଗତସିଂହପୁର: ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦଭାବନା ସଭାଗୃରରେ ଅନୁଷ୍ଠିତ ହୋଇଛି ।ଏହି ଶିବିରରେ ଜିଲ୍ଲାପାଳ ଜେ ସୋନାଲ ଉପସ୍ଥିତ ରହି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ । ମୋଟ ୧୨୪ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା । ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୧୧୫, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ ଓ ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ୯ ଟି, ବ୍ୟକ୍ତିଗତ ଅଭିଯୋଗ ମଧ୍ୟରୁ ରାସନ କାର୍ଡ ସମସ୍ୟା ସମ୍ପର୍କୀୟ ୪ ଟି, ଆବାସ ଯୋଜନା ସମ୍ପର୍କୀୟ ୧୭ ଟି, ଜମିଜମା ସମସ୍ୟା ସମ୍ପର୍କୀୟ ୩୪ ଟି, ଭତ୍ତା ପାଇବା ପାଇଁ ୬ ଟି, ପୋଲିସ ସହାୟତା ପାଇବା ପାଇଁ ୩ ଟି, ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି ସହାୟତା ପାଇଁ ୧, ରେଡ୍କ୍ରସ ସମସ୍ୟା ସମ୍ପର୍କୀୟ ୧ ଏବଂ ଅନ୍ୟାନ୍ୟ ୪୩ ଟି ଅଭିଯୋଗର ଶୁଣାଣି କରାଯାଇଥିଲା । ୬ ଟି ଅଭିଯୋଗର ତକ୍ରାଳ ଫଇସଲା କରାଯାଇଥିଲା । ଏହି ମିଳିତ ଜନ ଅଭିଯୋଗ ଶୁଣାଣିରେ ଅତିରିକ୍ତ ଜିଲ୍ଲାପାଳ ଜ୍ୟୋତି ଶଙ୍କର ରାୟ, ନିର୍ବାହୀ ଅଧିକାରୀ ରବିନାରାୟଣ ଜେଠୀ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ସତ୍ୟବ୍ରତ ଦାଶ ଓ ସମସ୍ତ ଅଧିକାରୀ ଉପସ୍ଥିତ ଥିଲେ ।