ଜନ ଶୁଣାଣି ଶିବିର

 ପାପଡ଼ାହାଣ୍ଡି : ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ଜିଲ୍ଲାପାଳ ଡ. ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧୀକ୍ଷକ ମିହିର ପଣ୍ଡାଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଛି  । ଏହି ଶିବିରରେ ଉପଜିଲ୍ଲାପାଳ ନବରଙ୍ଗପୁର ପ୍ରକାଶ ମିଶ୍ର, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ବିରଞ୍ଚି ନାରାୟଣ ଦରୱାନ,ଭାରପ୍ରାପ୍ତ ବିଡିଓ ମନୋଜ ପାଣିଗ୍ରାହୀଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ । ଏହି ଶୁଣାଣି ଶିବିରରେ ମୋଟ ୬୨ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ । ସେଥିମଧ୍ୟରୁ ୪୨ଟି ବ୍ୟକ୍ତିଗତ ସମସ୍ୟାର ଅଭିଯୋଗ ଓ ୨୦ଟି ଗ୍ରାମ୍ୟ  ସମସ୍ୟା ସମ୍ମିଳିତ ଥିଲା । ଚିହ୍ନଟ ୬ ଜଣ ଦିବ୍ୟାଙ୍ଗଙ୍କୁ  ହି୍ୱଲ୍  ଚେୟାର ପ୍ରଦାନ କରାଯାଇଥିଲା ।