ଜନ ଶୁଣାଣି, ୩୧ଟିର ସମାଧାନ
ଢେଙ୍କାନାଳ : ଢେଙ୍କାନାଳ ଜିଲ୍ଲା ସଦର ବ୍ଲକ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟଙ୍କ ଅଧ୍ୟକ୍ଷତାରେ ଏକ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଶିବିରରେ ମୋଟ ୭୭ଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରାଯାଇଥିଲା । ସେଥିମଧ୍ୟରୁ ୬୬ଟି ବ୍ୟକ୍ତିଗତ ଅଭିଯୋଗ, ଗ୍ରାମ୍ୟ ବିବାଦର ୩ଟି ଅଭିଯୋଗ, ମୁଖ୍ୟମନ୍ତ୍ରୀଙ୍କ ରିଲଫ ପାଣ୍ଠିରୁ ୭ଜଣ, ରେଡକ୍ରସ୍ ପାଣ୍ଠିରୁ ସାହାଯ୍ୟ ପାଇଁ ୧ଟି ଆବେଦନ ପତ୍ର ଗ୍ରହଣ କରାଯାଇଥିଲା । ଆଜି ଶିବିରରେ ରେଡକ୍ରସ ଓ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ୪୬ହଜାରଟଙ୍କା ସହାୟତା ରାଶି ପ୍ରଦାନ କରାଯାଇଛି ଏବଂ ମୋଟ ୩୧ଟି ଅଭିଯୋଗର ଶୁଣାଣି କରାଯାଇ ସମାଧାନ କରାଯାଇଥିବା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଏହି ଶିବିରରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଅଭିନବ ସୋନକରଙ୍କ ସମେତ ଏବଂ ଜିଲ୍ଲାସ୍ତରୀୟ ବିଭିନ୍ନ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ ।