ଜନଶୁଣାଣି ଶିବିର
ନବରଙ୍ଗପୁର : ଚନ୍ଦାହାଣ୍ଡି ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ନବରଙ୍ଗପୁର ଜିଲ୍ଲାପାଳ ଡା ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧୀକ୍ଷକ ମିହିର କୁମାର ପଣ୍ଡାଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ଉପ ଜିଲ୍ଲାପାଳ ନବରଙ୍ଗପୁର ପ୍ରକାଶ କୁମାର ମିଶ୍ର, ଅତିରିକ୍ତ ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଯଦୁମଣି ନାୟକ, ଭାରପ୍ରାପ୍ତ ବିଡିଓ ମନୋଜ ମେହେରଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ । ଏହି ଜନ ଶୁଣାଣି ଶିବିରରେ ମୋଟ ୩୮ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ । ସେଥିମଧ୍ୟରୁ ୩୩ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୫ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା । ଚିହ୍ନଟ ୨ ଜଣ ଦିବ୍ୟାଙ୍ଗଙ୍କୁ ହୁଈଲ ଚେୟାର ଓ ୧୮ଜଣ ମଧୁବାବୁ ପେନସନ ଯୋଜନା ଅନ୍ତର୍ଗତ ଦିବ୍ୟାଙ୍ଗଙ୍କୁ ମାସିକ ସହାୟତା ୧୦୦୦ ଟଙ୍କା କାର୍ଡ ପ୍ରଦାନ କରାଯାଇଥିଲା ।