ଜଳ ସଂପଦ ବିଭାଗର ଖର୍ଚ୍ଚ ସ୍ଥିତି ସମୀକ୍ଷା: କାର୍ଯ୍ୟ ସହିତ ଖର୍ଚ୍ଚ ତ୍ୱରାନ୍ୱିତ କରିବାକୁ ଗୁରୁତ୍ୱାରୋପ

 ଭୁବନେଶ୍ୱର : ରାଜ୍ୟ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଆଜି ଜଳ ସମ୍ପଦ ବିଭାଗରେ ବରିଷ୍ଠ ଅଧିକାରୀ ଓ ଯନ୍ତ୍ରୀମାନଙ୍କ ଉପସ୍ଥିତିରେ ଅନୁଷ୍ଠିତ ଏକ ବୈଠକରେ ବିଭାଗର ଖର୍ଚ୍ଚ ଯୋଜନା ଓ ସ୍ଥିତି ସମୀକ୍ଷା କରିଛନ୍ତି  । ବିଭାଗରେ ହାତକୁ ନିଆଯାଇଥିବା ନୂଆ କାର୍ଯ୍ୟ ସବୁର ଟେଣ୍ଡର ପ୍ରକ୍ରିୟା କେତେଦୂର ଅଗ୍ରଗତି ହୋଇଛି, ସେ ସଂପର୍କରେ ଉନ୍ନୟନ କମିଶନର ସମୀକ୍ଷା କରିବା ସହିତ ସେସବୁକୁ ତ୍ୱରାନ୍ୱିତ କରିବାକୁ ଆବଶ୍ୟକ ନିଦେ୍ର୍ଦଶ ଓ ପରାମର୍ଶ ଦେଇଛନ୍ତି  । ସେ ମଧ୍ୟ ରାଜ୍ୟ ପାଇଁ ପ୍ରସ୍ତୁତ କରାଯାଉଥିବା ଜଳସେଚନ ମାଷ୍ଟର ପ୍ଲାନ୍ର ଅଗ୍ରଗତି ସମ୍ପର୍କରେ ବିଶଦ୍ ଭାବେ ଆଲୋଚନା କରିଥିଲେ  । ଉନ୍ନୟନ କମିଶନର ମଧ୍ୟ ବିଭାଗରେ ବିଭିନ୍ନ ନୂଆ ଯୋଜନାର କାର୍ଯ୍ୟକାରିତା ସଂପର୍କରେ ସମୀକ୍ଷା କରିବା ସହିତ କାର୍ଯ୍ୟ ତ୍ୱରାନ୍ୱିତ କରିବାକୁ ବିଭାଗର ବିଭିନ୍ନ ଶାଖା ଦାୟିତ୍ୱରେ ଥିବା ବରିଷ୍ଠ ଅଧିକାରୀ ଓ ଯନ୍ତ୍ରୀମାନଙ୍କୁ ଆବଶ୍ୟକ ପରାମର୍ଶ ଦେଇଛନ୍ତି  । ବେଠକରେ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀବୃନ୍ଦ, ବରିଷ୍ଠ ପଦାଧିକାରୀ,ମୁଖ୍ୟଯନ୍ତ୍ରୀ ଓ ଅନ୍ୟ ଯନ୍ତ୍ରୀମାନେ ଉପସ୍ଥିତ ଥିଲେ ।