ଜାତୀୟସ୍ତରରେ କୋରାପୁଟ ପୁରସ୍କୃତ


ଜୟପୁର: ଜାତୀୟସ୍ତରରେ ଶ୍ରେଷ୍ଠ ଜିଲ୍ଲା ପଞ୍ଚାୟତ ଭାବେ କୋରାପୁଟ ପୁରସ୍କୃତ ହୋଇଛି  । ନାନାଜୀ ଦେଶମୁଖ ସର୍ବୋତ୍ତମ ପଞ୍ଚାୟତ ସତତ ବିକାଶ ବର୍ଗରେ କୋରାପୁଟ ଦ୍ୱିତୀୟ ଶ୍ରେଷ୍ଠ ଜିଲ୍ଲା ପଞ୍ଚାୟତ ଭାବେ ପୁରସ୍କୃତ ହୋଇଛି । ଦିଲ୍ଲୀ ସ୍ଥିତ ବିଜ୍ଞାନ ଭବନ ଠାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପୁରସ୍କାର ପ୍ରଦାନ କରିଥିଲେ । କୋରାପୁଟ ଜିଲ୍ଲା ପରିଷଦ ସଭାପତି ସସ୍ମିତା ମେଲେକା, ଜିଲ୍ଲାପାଳ ୱି କୀର୍ତ୍ତି ୱାସନ ପୁରସ୍କାର ଗ୍ରହଣ କରିଥିଲେ । ଏହି ଅବସରରେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଦେବାଶିଷ ପଟ୍ଟନାୟକ ଉପସ୍ଥିତ ଥିଲେ । ଏହା ବାବଦରେ କୋରାପୁଟ ଜିଲ୍ଲା ୩ କୋଟି ଟଙ୍କାର ପୁରସ୍କାର ରାଶି ପାଇବ ବୋଲି ଜଣାପଡ଼ିଛି । ଜାତୀୟ ସ୍ତରରେ ଦ୍ୱିତୀୟ ଶ୍ରେଷ୍ଠ ଜିଲ୍ଲା ପଞ୍ଚାୟତ ଭାବେ କୋରାପୁଟ ପୁରସ୍କୃତ ହୋଇଥିବାରୁ ଜିଲ୍ଲାବାସୀଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି  । କୋରାପୁଟ ଜିଲ୍ଲା ତଥା ଓଡ଼ିଶା ରାଜ୍ୟ ପାଇଁ ଗର୍ବ ଓ ଗୌରବର ବିଷୟ ବୋଲି ଜିଲ୍ଲାପାଳ ଏବଂ ଜିଲ୍ଲା ପରିଷଦ ସଭାପତି କହିଛନ୍ତି ।