ଜାନୁଆରି ୫ରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି
ଭୁବନେଶ୍ୱର : ଆସନ୍ତା ସୋମବାର ଜାନୁଆରୀ ୫ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ । ସେହିଦିନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୂର୍ବାହ୍ନ ୧୦ ଘଟିକାରୁ ୟୁନିଟ-୨, ଅଶୋକ ନଗର, ଭୁବନେଶ୍ୱର ସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ ଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ । ଏହି ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ ଡିସେମ୍ବର ୩୧ ତାରିଖ ପୂର୍ବାହ୍ନ ୧୧ଟା ଠାରୁ ଆରମ୍ଭ ହୋଇ ସର୍ବାଧିକ ୧ ହଜାର ପଞ୍ଜୀକରଣ କରିବା ପର୍ଯ୍ୟନ୍ତ ଖୋଲାରହିବ ।
ଏଥିନିମନ୍ତେ, ଆଗ୍ରହୀ ଜନସାଧାରଣ ଜନଶୁଣାଣି ପୋର୍ଟାଲ ଅଥବା ଜନଶୁଣାଣି ମୋବାଇଲ ଆପ୍ଲିକେସନ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ପଞ୍ଜୀକରଣ କରିପାରିବେ । ଜନସାଧାରଣ ପଞ୍ଜୀକୃତ ପ୍ରାପ୍ତି ସ୍ୱୀକାର ପତ୍ର ଏବଂ ବ୍ୟକ୍ତିଗତ ପରିଚୟ ପତ୍ର ତଥା ନିଜର ଅଭିଯୋଗ ପତ୍ର ସହ ଦର୍ଶାଯାଇଥିବା ସ୍ଥାନରେ ନିର୍ଦ୍ଧାରିତ ସମୟରେ ଉପସ୍ଥିତ ରହି ମୁଖ୍ୟମନ୍ତ୍ରୀଙ୍କୁ ଅଭିଯୋଗ ଜଣାଇପାରିବେ । ଏସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ସୂଚନା ପ୍ରଦାନ କରାଯାଇଛି ।
Samir Kumar Rout