ଜିଲ୍ଲା କାର୍ଯ୍ୟାଳୟରେ ଅଭିଯୋଗ ଶୁଣାଣି
ଅନୁଗୁଳ : ଜିଲ୍ଲା କାର୍ଯ୍ୟାଳୟ ଠାରେ ଅନୁଗୁଳ ଅତିରିକ୍ତ ଜିଲ୍ଲାପାଳ ପ୍ରତାପ ପ୍ରୀତିମୟଙ୍କ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୋଟ୍ ୩୧ଗୋଟି ଅଭିଯୋଗ ଗ୍ରହଣ କରାଯାଇଥିଲା । ସେଥିମଧ୍ୟରୁ ୨୫ଟି ବ୍ୟକ୍ତିଗତ ଓ ୬ଟି ଗ୍ରାମ୍ୟଭିତ୍ତିକ ଅଭିଯୋଗ ଥିବାବେଳେ ଗୋଟିଏ ଅଭିଯୋଗର ତୁରନ୍ତ ସମାଧାନ କରାଯାଇଥିଲା । ଜଣଙ୍କୁ ରେଡ୍କ୍ରସ ପାଣ୍ଠିରୁ ୫ ହଜାର ଓ ଜଣଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୭ ହଜାର ୫୦୦ ଟଙ୍କା ଚିକିତ୍ସା ସହାୟତା ରାଶି ପ୍ରଦାନ କରାଯାଇଥିବା ବେଳେ ବଅଁରପାଳ ବ୍ଳକ୍ ଅନ୍ତର୍ଗତ ସିମିଳିଛୁଇଁ ଗ୍ରାମର ଗିରିଶ ଚନ୍ଦ୍ର ଦାସଙ୍କୁ ଟ୍ରାଇ ସାଇକେଲ ପ୍ରଦାନ କରାଯାଇଥିଲା । ଏଥିରେ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ ।