ଜିଲ୍ଲା କାର୍ଯ୍ୟାଳୟରେ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ
କେନ୍ଦ୍ରାପଡା : କେନ୍ଦ୍ରାପଡା ଜିଲ୍ଲାପାଳ ସମ୍ମିଳନୀ କକ୍ଷରେ ଏକ ରାଜସ୍ୱ ସମୀକ୍ଷା ବୈଠକ ମାନ୍ୟବର ମନ୍ତ୍ରୀ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ସୁରେଶ ପୂଜାରିଙ୍କ ଅଦ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ସମ୍ମାନନୀୟ ଅତିଥି ଭାବେ ମହାକାଳପଡା ବିଧାୟକ ଡ. ଦୁର୍ଗା ପ୍ରସନ ନାୟକ, ଅତିରିକ୍ତ ଜିଲ୍ଲପାଳ ନିଲୁ ମହାପାତ୍ର, ଜିଲ୍ଲା ପରିଷଦ ସଭାପତି ସୁଶ୍ରୀ ଲିଲିତା ଦାସ, କେନ୍ଦ୍ରାପଡା ଲୋକସଭା ସାଂସଦଙ୍କ ପ୍ରତିନିଧି ତଥା ଜିଲ୍ଲା ବିଜେପି ସଭାପତି ଶଶାଙ୍କ ଶେଖର ସେଠୀ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଅଜାମ୍ବର ମହାନ୍ତି, ଉପ ଜିଲ୍ଲାପାଳ ଅରୁଣ କୁମାର ନାୟକ, ବିଡିଓ ଅଭିଷେକ ସ୍ୱାଇଁ ପ୍ରମୁଖ ଯୋଗ ଦେଇଥିଲେ ଓ ମନ୍ତ୍ରୀ ଶ୍ରୀ ପୂଜାରୀ କହିଥିଲେ ଯେ, ଲୋକମାନଙ୍କ ନିକଟରେ ମୌଳିକ ସୁବିଧା ଓ ରାଜ୍ୟ ସରକାରଙ୍କ ଜନମଙ୍ଗଳକାରି ଯୋଜନା ଗୁଡିକୁ ପହଞ୍ଚାଇବା ନିମନ୍ତେ ସମସ୍ତଙ୍କର ସହଯୋଗ କାମନା କରିଥିଲେ ଓ ଆଗାମୀ ୪ ବର୍ଷ ଭିତରେ ଗରିବ ଭୂମିହୀନ ବ୍ୟକ୍ତିଙ୍କୁ ରାଜ୍ୟ ସରକାର ୪ ଡେସିମିଲ ଜାଗା ଯୋଗାଇ ଦେବାକୁ ପ୍ରତିଶ୍ରୁତିବଦ୍ଧ ଓ ଗାଁର ବିକାଶ ହେଲେ ରାଜ୍ୟର ବିକାଶ ହେବ ଓ ବୈଠକରେ ସମସ୍ତ ବିଭାଗୀୟ ଅଧିକାରୀ ମାନଙ୍କ ସହ ଆଲୋଚନା କରି ରାଜ୍ୟ ସରକାରଙ୍କର ଜନମଙ୍ଗଳକାରୀ ଯୋଜନାର ସଫଳ ରୂପାୟନ, ରାଜସ୍ୱ ଆଦାୟ, ପର୍ଯ୍ୟଟନ ଶିଳ୍ପର ବିକାଶ ନିମନ୍ତେ ଆବଶ୍ୟକ ଭିତ୍ତିଭୂମିର ବିକାଶ ଓ ଲଘୁ ଖଣିଜ ପଦାର୍ଥର ଚୋରା ଚାଲାଣ ରୋକିବା ପାଇଁ ନିର୍ଦ୍ଦେଶ ଦେବା ସହ ଜନ ଶୁଣାଣିରେ ଲୋକ ମାନଙ୍କର ଅଭିଯୋଗ ଗୁଡିକର ତ୍ୱରିତ କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ ଆଲୋଚନା କରିଥିଲେ ଓ ଏହି ବୈଠକରେ ଜିଲ୍ଲାସ୍ତରୀୟ ଓ ମଣ୍ଡଳ ସ୍ତରୀୟ ସମସ୍ତ ଅଧିକାରୀ ଉପସ୍ଥିତ ଥିଲେ ।