ଜିଲ୍ଲା ପ୍ରଶାସନର ଅଭିଯୋଗ ଶୁଣାଣି
ଖୋର୍ଦ୍ଧା : ଗୋଡ଼ିପଡା ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଜିଲ୍ଲା ପ୍ରଶାସନ ଏବଂ ଜିଲ୍ଲା ପୁଲିସ ପ୍ରଶାସନର ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଭାରପ୍ରାପ୍ତ ଜିଲ୍ଲାପାଳ ସାଫଲ୍ୟ ମଣ୍ଡିତ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି । ଏହି ଶିବିରରେ ଆରକ୍ଷୀ ଅଧିକ୍ଷ ସାଗରୀକା ନାଥ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଜ୍ୟୋତି ଶଙ୍କର ସାହୁ, ଉପଜିଲ୍ଲାପାଳ କିଶୋର ପଣ୍ଡା, ପଞ୍ଚାୟତ ସମିତି ଉପାଧ୍ୟକ୍ଷ ପ୍ରକାଶ ସାମନ୍ତରାୟ, ଜିଲ୍ଲାମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡ. ସଞ୍ଜୟ ଚନ୍ଦ୍ର ରାୟ, ତହସିଲଦାର ବିଭାଷ ପାଣିଗ୍ରାହୀ, ବିଡିଓ କ୍ଷିରାଦ୍ୱି ତନୟା ସାହୁ ମଞ୍ଚାସିନ ଥିଲେ । ଅଭିଯୋଗ ଶିବିରକୁ ମୋଟ ୨୪୮ ଗୋଟି ଅଭିଯୋଗ ଆସିଥିବା ବେଳେ, ତନ୍ମଧ୍ୟରୁ ୨୩୬ ଗୋଟି ଅଭିଯୋଗ ବ୍ୟକ୍ତିଗତ ଏବଂ ୧୨ ଗୋଟି ଅଭିଯୋଗ ଗ୍ରାମୀଣ ସମସ୍ୟା ଜନିତ ଥିଲା । ସମସ୍ତ ଅଭିଯୋଗ ଗୁଡ଼ିକୁ ସଂପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କ ସହ ଆଲୋଚନା କରାଯାଇ ୦୪ ଗୋଟି ଅଭିଯୋଗର ଅଭିଯୋଗ ସ୍ଥଳରେ ସମାଧାନ କରାଯାଇଥିବା ବେଳେ, ଅନ୍ୟ ସମସ୍ତ ଅଭିଯୋଗ ଗୁଡ଼ିକର ତୁରନ୍ତ ସମାଧାନ ପାଇଁ ସଂପୃକ୍ତ ଅଧିକାରୀମାନେ ପଦକ୍ଷେପ ଗ୍ରହଣ କରିବାକୁ ଭାରପ୍ରାପ୍ତ ଜିଲ୍ଲାପାଳ ଶ୍ରୀ ପ୍ରଧାନ ନିଦେ୍ର୍ଦଶ ଦେଇଥିଲେ । ଅସୁସ୍ଥ ଅନ୍ତୁ ମାଝୀଙ୍କ ସ୍ୱାମୀ ମହେନ୍ଦ୍ର ମାଝୀଙ୍କ ଚିକିତ୍ସା ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୫ ହଜାର ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା । ଶିବିରରେ ଅନ୍ୟମାନଙ୍କ ମଧ୍ୟରେ ଡେପୁଟି କଲେକ୍ଟର ଶ୍ରୀତପା ମିଶ୍ର, ଆସିଷ୍ଟାଣ୍ଟ କଲେକ୍ଟର ଭୁବନେଶ୍ୱରୀ କଅଁର, ଅଧିକ୍ଷଣ ଯନ୍ତ୍ରୀ ଇଂ. ଶିବ ଲାଲ ସାହୁ, ରଶ୍ମିତା ଦାସ, ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ରବି ନାରାୟଣ ସେନାପତି, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ କୁସୁମ ପ୍ରହରାଜ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଦିଲ୍ଲୀପ ହିଆଲ, ପଞ୍ଚାୟତ ଅଧିକାରୀ ଶ୍ୟାମଲେନ୍ଦୁ ନାୟକ, ଜିଲ୍ଲା ବେସାମରିକ ଯୋଗାଣ ଅଧିକାରୀ ଜ୍ଞାନେନ୍ଦ୍ରିୟ ମିଶ୍ର, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ବାଣିଶ୍ରି ପଟ୍ଟନାୟକ, ଜିଲ୍ଲା ଶିକ୍ଷା ଅଧିକାରୀ ସୋନାମିକା ରାୟ, ଜିଲ୍ଲା ମଙ୍ଗଳ ଅଧିକାରୀ ଡ. ଗୀତାଂସୁ ଦାଶ, ଲୋକସଂପର୍କ ଅଧିକାରୀ ଲକ୍ଷ୍ମଣ ବେହେରା ପ୍ରମୁଖ ଉପସ୍ଥିତ ଥିଲେ ।