ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି
ରାୟଗଡ଼ : ରାୟଗଡ ଜିଲ୍ଲା ପ୍ରଶାସନ ତରଫରୁ ପଞ୍ଚାୟତ ସମିତି କାର୍ଯ୍ୟାଳୟ କାଶୀପୁର ଠାରେ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଛି । ଜିଲ୍ଲାପାଳ ଆଶୁତୋଷ କୁଲକର୍ଣ୍ଣିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଅଭିଯୋଗ ଶୁଣାଣି ଶିବିରରେ ଆରକ୍ଷୀ ଅଧିକ୍ଷକ ସ୍ୱାତୀ ଏସ କୁମାର, ଅତିରିକ୍ତ ଜିଲ୍ଲାପାଳ ନିହାର ରଞ୍ଜନ କହଁର, ନିର୍ବାହୀ ଅଧିକାରୀ ତଥା ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ, ଅକ୍ଷୟ କୁମାର ଖେମୁଣ୍ଡୁ, ଉପଜିଲ୍ଲାପାଳ ରମେଶ କୁମାର ଜେନା, ଜିଲ୍ଲା ମୁଖ୍ୟ ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ବି ସରୋଜିନୀ ଦେବୀ ପ୍ରମୁଖ ଯୋଗଦାନ କରି ଶୁଣାଣି କରିଥିଲେ । ଶିବିରରେ ୧୪୦ଟି ଅଭିଯୋଗ ଆସିଥିବା ବେଳେ ସେଥି ମଧ୍ୟରୁ ୧୧୭ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ଓ ୨୩ଟି ଗ୍ରାମବାସୀ ମାନଙ୍କର ସାମୂହିକ ଅଭିଯୋଗ ଥିଲା । ୨ଜଣକୁ ରେଡକ୍ରସ ପାଣ୍ଠିରୁ ୩୫୦୦୦ ହଜାର ଟଙ୍କା ଜିଲ୍ଲାପାଳ ପ୍ରଦାନ କରାଯାଇଥିଲା ।