ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର

ନୂଆପଡା : ନୂଆପଡା ଜିଲ୍ଲା,ବୋଡ଼େନ ବ୍ଲକରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲାପାଳ ମଧୁସୂଦନ ଦାଶ, ବନଖଣ୍ଡ ଅଧିକାରୀ ଅଜିଜ ଖାନ୍, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଉପ ଜିଲ୍ଲାପାଳ ଯୋଗେନ୍ଦ୍ର ମାଝୀ, ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ମର୍ଶିରାଣୀ ପୂର୍ତ୍ତି, ବ୍ଲକ୍ ଅଧ୍ୟକ୍ଷା ପ୍ରେମଶିଳା ନାଗ, ଜିଲ୍ଲା ଅତିରିକ୍ତ ମୁଖ୍ୟ ଚିକସôାଧିକାରୀ ଡଃ ଉମାକାନ୍ତ ମେହେର ପ୍ରମୁଖ ଉପସ୍ଥିତ ଥିଲେ । ଶିବିରରେ ୪୩ ଗୋଟି ବ୍ୟକ୍ତିଗତ ଓ ୯ ଟି ଗୋଷ୍ଠିଗତ ଏଭଳି ମୋଟ ୫୨ ଗୋଟି ଅଭିଯୋଗର ଶୁଣାଣି  ଜିଲ୍ଲାପାଳ କରିଥିଲେ । ଏହି ସବୁ ଅଭିଯୋଗ ଉପରେ ତୁରନ୍ତ ପଦକ୍ଷେପ ନେବା ପାଇଁ ଜିଲ୍ଲା ସ୍ତରୀୟ ଅଧିକାରୀ ମାନଙ୍କୁ ସେ ନିଦେ୍ର୍ଦଶ ଦେଇଥିଲେ । ବିଧବା ମହିଳା ବିନୋଦିନୀ ରାଉତ, ପଲସାମାଲ ଏବଂ ଦୀପିକା ଜଗତ, ଫରସରାଙ୍କୁ ୫ ହଜାର ଟଙ୍କା ଲେଖାଏଁ ରେଡ୍ କ୍ରସ୍ ସହାୟତା ପ୍ରଦାନ କରାଯାଇ ଥିଲା । ବିଡ଼ିଓ ସୁଶାନ୍ତ କୁମାର ରଣା, ତହସିଲଦାର ଅନୁସୂୟା ବାଗଦେବୀ, ଡେପୁଟୀ କଲେକ୍ଟର ଶେଖ୍ ନସିମ, ହେମନ୍ତ ପୁଟା ଶିବିର ପରିଚାଳନାରେ ସହଯୋଗ କରିଥିଲେ । ସଭାରେ ଉପ ନିଦେ୍ର୍ଦଶକ ହସ୍ତଶିଳ୍ପ ପୁଷ୍ପରଂଜନ ସାହୁ, ଶ୍ରମ ଅଧିକାରୀ ରବୀନ୍ଦ୍ର ବାର୍ଲା, ସମାଜ ମଙ୍ଗଳ ଅଧିକାରୀ ସଂଗୀତା ପାତ୍ର, ଶିଳ୍ପ କେନ୍ଦ୍ର ମେନେଜର ସମିର ମୁଦୁଲି, ମଙ୍ଗଳ ଅଧିକାରୀ ଦୀପ୍ତିମନ୍ତ ଭୋଇ, ପଞ୍ଚାୟତ ଅଧିକାରୀ ଲଛମନ ଓରାମ, ନିୟୋଜନ ଅଧିକାରୀ ବିନୋଦ ଲାକ୍ରା, ସାମାଜିକ ସୁରକ୍ଷା ଅଧିକାରୀ ଆନନ୍ଦ ହେମ୍ବ୍ରମ୍, ମୁଖ୍ୟ ପ୍ରାଣୀ ସମ୍ପଦ ଅଧିକାରୀ ଡଃ ଆଲୋକ କୁମାର ନାୟକ, ମୁଖ୍ୟ କୃଷି ଅଧିକାରୀ ପ୍ରଦୀପ ନାୟକ, ଅବକାରୀ ଅଧିକ୍ଷକ ସଂଘମିତ୍ରା ପ୍ରଧାନ, ଉପନିଦେ୍ର୍ଦଶକ ଉଦ୍ୟାନ କୃଷି ହରେକୃଷ୍ଣ ଚାନ୍ଦ ହାଁସଦା, କ୍ରୀଡ଼ା ଅଧିକାରୀ ରାଜେନ୍ଦ୍ର ପ୍ରସାଦ ବଢେଇ, ମସô୍ୟ ଅଧିକାରୀ ବିଜନ ସାହୁ, ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବିଦ୍ୟାପତି ପଣ୍ଡା, ବିଭିନ୍ନ ବିଭାଗର ଯନ୍ତ୍ରୀ, ଲାଇନ୍ ବିଭାଗ ଅଧିକାରୀ ଓ ବ୍ଲକ ସ୍ତରୀୟ ଅଧିକାରୀ ଏବଂ କର୍ମଚାରୀ, ବିଭିନ୍ନ ଗଣ ମାଧ୍ୟମର ପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ । ଅଭିଯୋଗ ଶିବିର ଉପଲକ୍ଷେ ବ୍ଲକ୍ରେ ଗୋଟିଏ ସ୍ୱାସ୍ଥ୍ୟ ଶିବିର ଆୟୋଜନ କରା ଯାଇଥିଲା ।