ଜିଲ୍ଲାପାଳଙ୍କ ଜନଶୁଣାଣି ଶିବିର
ଖଣ୍ଡପଡ଼ା : ନୟାଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ ଖଣ୍ଡପଡ଼ା ବ୍ଲକ ସମ୍ମିଳନୀ କକ୍ଷରେ ସୋମବାର ଜିଲ୍ଲାପାଳଙ୍କ ଜନଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଏସ ସୁଶ୍ରୀ,ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଲଗ୍ନଜିତ ରାଉତ, ଖଣ୍ଡପଡା ଏସଡିପିଓ ମଦନ ମୋହନ ପ୍ରଧାନ, ଖଣ୍ଡପଡ଼ା ବ୍ଲକ ଉନ୍ନୟନ ଅଧିକାରୀ ଅଙ୍କୁର ଅଭିଳାଷ,ତହସିଲଦାର ବିଶ୍ୱବିଶୃତ ତ୍ରିପାଠୀ,ଖଣ୍ଡପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ମୁଖ୍ୟ ଚିକିସôାଧିକାରୀ ଡ଼ ଅଭିସାର ପଣ୍ଡାଙ୍କ ସମେତ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ । ଶିବିରରେ ସର୍ବମୋଟ ୧୦୦ ଟି ଅଭିଯୋଗପତ୍ର ଗ୍ରହଣ କରା ଯାଇଥିଲା ।