ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

 ରାୟଗଡ : ରାୟଗଡ ଜିଲ୍ଲା ସଦର ମହକୁମା ସ୍ଥିତ ଜିଲ୍ଲା ପରିଷଦ ସଦ୍ଭାବନା ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ପାରୁଲ ପାଟାୱରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶୁଣାଣି ଶିବିରରେ ଆରକ୍ଷୀ ଅଧିକାରୀ ସ୍ୱାତୀ ଏସ୍ କୁମାର, ଜିଲ୍ଲା ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଅକ୍ଷୟ କୁମାର ଖେମୁଣ୍ଡୁ, ଉପଜିଲ୍ଲାପାଳ, ରାୟଗଡ, ରଣେଶ କୁମାର ଜେନା, ଜିଲ୍ଲା ମୁଖ୍ୟ ଚିକିସôା ତଥା ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ପ୍ରଫୁଲ୍ଲ କୁମାର ପାଢ଼ୀ ଉପସ୍ଥିତ ରହି ଜନସାଧାରଣଙ୍କୁ ବିଭିନ୍ନ ଅଭିଯୋଗ ଶୁଣାଣି କରିଥିଲେ । ମୋଟ ୫୦ଟି ଅଭିଯୋଗ ଜିଲ୍ଲାପାଳ ଗ୍ରହଣ କରିଥିଲେ । ସେଥିମଧ୍ୟରୁ ୩୨ଟି ବ୍ୟକ୍ତିଗତ ଅଭିଯୋଗ ଥିବାବେଳେ ୧୨ଗୋଟି ଗ୍ରାମବାସୀମାନଙ୍କର ସାମୂହିକ ରହିଥିଲା । ଏବଂ ୬ ଜଣଙ୍କ ସ୍ୱାସ୍ଥ୍ୟ ସମସ୍ୟା ଅଭିଯୋଗ ଥିଲା । ରେଡ଼କ୍ରସ ପାଣ୍ଠିରୁ ଜଣଙ୍କୁ ୩୦ହଜାର ଟଙ୍କା, ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡରୁ ୫ ଜଣଙ୍କୁ ୬୧ହଜାର ଟଙ୍କାର ଆର୍ଥôକ ସାହାଯ୍ୟ ଜିଲ୍ଲାପାଳ ପ୍ରଦାନ କରିଥିଲେ । ବିଶେଷ କରି ଆବାସ ଯୋଜନାରେ ଘର, ସ୍ୱାସ୍ଥ୍ୟଗତ ସମସ୍ୟା, ଜମାଜମା, ପାରିବାରିକ ସମସ୍ୟା, ଜଳସେଚନ, ଭତ୍ତା, ରାସ୍ତା ନିର୍ମାଣ, ପୋଲ ନିର୍ମାଣ ଓ ଅଙ୍ଗନବାଡି ଗୃହ ନିର୍ମାଣ ସହ ଅନ୍ୟାନ୍ୟ ସମସ୍ୟା ଅଭିଯୋଗ ପଞ୍ଜିକୃତ ହୋଇଥିଲା ।