ଜିଲ୍ଲାପାଳଙ୍କ ଯୁଗ୍ମ ଜନଅଭିଯୋଗ ଶୁଣାଣି 

  କଟକ : ନିଆଳି ବ୍ଲକ ଠାରେ ଜିଲ୍ଲାପାଳ ଏବଂ ଜିଲ୍ଲା ମାଜିଷ୍ଟ୍ରେଟ ଦତ୍ତାତ୍ରୟ ଭାଉସାହେବ ସିନେ୍ଦଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏହି  ଅଭିଯୋଗ ଶୁଣାଣି ଶିବିରରେ ସମୁଦାୟ ୮୯ଟି ଅଭିଯୋଗ ହସ୍ତଗତ ହୋଇଥିବାବେଳେ ତନ୍ମଧ୍ୟରୁ ୮୬ଟି ବ୍ୟକ୍ତିଗତ ଅଭିଯୋଗ ଏବଂ ୩ଗୋଟି ସାମୂହିକ ଅଭିଯୋଗ ରହିଥିଲା । ଅଭିଯୋଗ ଶୁଣାଣି ଶିବିରରେ ୪୨ଟି ଅଭିଯୋଗର ତ୍ୱରିତ ସମାଧାନ ନିମନ୍ତେ ବିହିତ ପଦକ୍ଷେପ ଗ୍ରହଣ କରାଯାଇଥିଲା । ଏଥି ସହ ପାନୀୟଜଳ, ବାର୍ଦ୍ଧକ୍ୟ ଭତ୍ତା, ଭିନ୍ନକ୍ଷମ ଭତ୍ତା, ସ୍ୱାସ୍ଥ୍ୟ, ଶିକ୍ଷା, କୃଷି, ପ୍ରାଣୀ ସଂପଦ ଆଦି ସଂପର୍କିତ ବିଭିନ୍ନ ପଞ୍ଜୀକୃତ ଅଭିଯୋଗର ଶୁଣାଣି ପରେ ତ୍ୱରାନ୍ୱିତ କାର୍ଯ୍ୟାନୁଷ୍ଠାନ ନିମନ୍ତେ ବିଭିନ୍ନ ଅଧିକାରୀମାନଙ୍କୁ ନିଦେ୍ର୍ଦଶ ଦିଆଯାଇଛି । ସୂଚନାଯୋଗ୍ୟ, ଜିଲ୍ଲାପାଳଙ୍କର ପରବର୍ତ୍ତୀ ଜନ ଅଭିଯୋଗ ଶୁଣାଣି ଆସନ୍ତା ଜୁନ୍ ୨ ତାରିଖ ସୋମବାର ସକାଳ ୭ଘଟିକାରେ ନରସିଂହପୁର ବ୍ଲକ ଠାରେ ଅନୁଷ୍ଠିତ ହେବ ।