ଜିଲ୍ଲାରେ ସୁଭଦ୍ରା ଯୋଜନାର ସଫଳ କାର୍ଯ୍ୟକାରିତା ପାଇଁ ଜିଲ୍ଲାପାଳଙ୍କ ସମୀକ୍ଷା
ାା ପ୍ରଭାନୁ୍ୟଜ ।ା କେନ୍ଦୁଝର: ସୁଭଦ୍ରା ଯୋଜନାର କାର୍ଯ୍ୟକାରିତା ସଂପର୍କରେ ଆଜି ପୂର୍ବାହ୍ଣ ୧୧:୦୦ରେ ଜିଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷଠାରେ ଜିଲାପାଳ ବିଶାଲ ସିଂହଙ୍କ ଅଧ୍ୟକ୍ଷତାରେ ଜିଲାସ୍ତରୀୟ ଅଧିକାରୀଙ୍କ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ଅତିରିକ୍ତ ଜିଲାପାଳ ମନ୍ଦରଧର ମହାଳିକ, ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ କୁମାର ନାଗଭୁଷଣ, ଅତିରିକ୍ତ ଜିଲା ସମାଜ ମଙ୍ଗଳ ଅଧିକାରୀ ସୁଧା ଗୋସ୍ୱାମୀଙ୍କ ସମେତ ଜିଲାସ୍ତରୀୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ । ପ୍ରଧାନମନ୍ତ୍ରୀ ଆସନ୍ତା ସେପ୍ଟେମ୍ବର ୧୭ ତାରିଖରେ ଏହି ଯୋଜନା ଶୁଭାରମ୍ଭ କରିବାର କାର୍ଯ୍ୟକ୍ରମ ରହିଛି ।
ଏଥିପାଇଁ ଏହି ଯୋଜନା ସଂପର୍କରେ ପ୍ରଥମେ ଭଲଭାବେ ବୁଝି ଲୋକଙ୍କୁ ପର୍ଯ୍ୟାପ୍ତ ସଚେତନ କରି ଏହି ଯୋଜନାର ସଫଳ ରୂପାୟନ ନେଇ ଜିଲାପାଳ ସମସ୍ତ ଉପସ୍ଥିତ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ । ହିତାଧିକାରୀମାନେ ଯେପରି ସଠିକ୍ ସୂଚନା ପାଇବେ ଏବଂ ଆବେଦନ କରିପାରିବେ, ସେଥିପାଇଁ ସମସ୍ତ ଆବଶ୍ୟକ ବ୍ୟବସ୍ଥା ସଂପର୍କରେ ସୂଚନା ପ୍ରଦାନ ଉପର ଜିଲାପାଳ ଗୁରୁତ୍ୱ ଦେଇଥିଲେ । ଯେପରି ଏହି ଯୋଜନା ଅଧିନରେ ଆସୁଥିବା କୌଣସି ହିତାଧିକାରୀ ସୁବିଧାରୁ ବାଦ ନପଡିବେ, ସେଥିପ୍ରତି ଯନôବାନ ହେବାକୁ ଶ୍ରୀ ସିଂହ ନିଦେ୍ର୍ଦଶ ଦେଇଥିଲେ । ଯୋଜନା ଅନୁସାରେ ପ୍ରତ୍ୟେକ ହିତାଧିକାରୀ ୫୦,୦୦୦ ଟଙ୍କାର ସହାୟତା ରାଶି ପାଇବେ । ପ୍ରତି ବର୍ଷ ଆନ୍ତର୍ଜାତୀୟ ମହିଳା ଦିବସ ଏବଂ ରାକ୍ଷୀ ପୂର୍ଣ୍ଣିମା ଦିନ ଦୁଇଟି କିସ୍ତିରେ ପାଞ୍ଚ ପାଞ୍ଚ ହଜାର ହିସାବରେ ୧୦ ହଜାର କରି ୫ ବର୍ଷରେ ୫୦ ହଜାର ଟଙ୍କା ପାଇବେ । ହିତାଧିକାରୀମାନଙ୍କ ବୟସ ୨୧ ବର୍ଷ ବା ତଦୁର୍ଦ୍ଧ୍ୱ ଏବଂ ୬୦ ବର୍ଷରୁ କମ ହେଉଥିବ । ଆଧାର କାର୍ଡରେ ଉଲ୍ଲିଖିତ ବୟସ ଓ ଜନ୍ମତାରିଖ ବିଚାରକୁ ନିଆଯିବ । ଯୋଜନା ସଂପର୍କରେ ଏବଂ କେଉଁମାନେ ଏହି ଯୋଜନା ଅଧିନରେ ସହାୟତା ପାଇବାକୁ ଯୋଗ୍ୟ ଓ କେଉଁମାନେ ବାଦ ପଡୁଛନ୍ତି ସେ ସଂପର୍କରେ ବିଶଦ୍ ମାର୍ଗଦର୍ଶିକା ବିଷୟରେ ଅତିରିକ୍ତ ଜିଲ୍ଲାପାଳ ଆଲୋଚନା କରିଥିଲେ । ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ପାଇଁ ଦରଖାସ୍ତ ଫର୍ମ ଅଙ୍ଗନବାଡି କେନ୍ଦ୍ର, ବ୍ଲକ କାର୍ଯ୍ୟାଳୟ, ସାଧାରଣ ସେବା କେନ୍ଦ୍ର ଏବଂ ମୋ ସେବା କେନ୍ଦ୍ରରେ ବଣ୍ଟନ କରାଯିବ । ସାଧାରଣ ସେବା କେନ୍ଦ୍ର ଏବଂ ମୋ ସେବା କେନ୍ଦ୍ରରେ ଫର୍ମ ଦାଖଲ ହେବ ଏବଂ ସେଠାରେ ଏହାର ଡିଜିଟାଇଜେସନ ହେବ ଓ ଆବେଦନକାରୀମାନଙ୍କୁ ଫର୍ମ ଦାଖଲର ପ୍ରମାଣ ସ୍ୱୀକୃତିର ପ୍ରିଣ୍ଟ ମିଳିବ । ଆବେଦନକାରୀଙ୍କୁ କୌଣସି ସ୍ତରରେ ଏଥି ପାଇଁ କୌଣସି ଦେୟ ଦେବାକୁ ପଡିବ ନାହିଁ । ହିତାଧିକାରୀମାନେ ସମସ୍ତେ ଯେପରି ସୁବିଧାରେ ଆବେଦନ କରିପାରିବେ, ସେଥିପାଇଁ ଯଥେଷ୍ଟ ସଂଖ୍ୟକ ଫର୍ମ ସୁବିଧା କରିବାକୁ ବିଡ଼ିଓ ମାନଙ୍କୁ ନିଦେ୍ର୍ଦଶ ଦିଆଯାଇଛି । ଜିଲ୍ଲା, ଉପଖଣ୍ଡ ଓ ବ୍ଲକ ସ୍ତରରେ ବିଭିନ୍ନ ପ୍ରମୁଖ ସ୍ଥାନରେ ହୋଡିଂ, ବ୍ୟାନର ଆଦି ଲଗାଯିବା, ସାମାଜିକ ଗଣମାଧ୍ୟମ ଓ ସମ୍ବାଦପତ୍ର ତଥା ବୈଦୁ୍ୟତିକ ଗଣମାଧ୍ୟମରେ ପ୍ରଚାର ପ୍ରସାର ନିମନ୍ତେ ବୈଠକରେ ଜିଲାପାଳ ଗୁରୁତ୍ୱ ଦେଇଥିଲେ । ଏହି ଯୋଜନାରେ ହିତାଧିକାରୀ ପାଇବାକୁ ଥିବା ଟଙ୍କା ସିଧାସଳଖ ସେମାନଙ୍କ ଆଧାର ସଂଯୋଗ ହେଇଥିବା ବ୍ୟାଙ୍କ ଖାତାକୁ ପ୍ରେରଣ ହେବ । ଯେଉଁ ଆବେଦନକାରୀ ମାନଙ୍କ ବ୍ୟାଙ୍କ ଖାତା ଓ ଆଧାର ସଂଯୋଗୀକରଣ ହୋଇନଥିବ ସେମାନଙ୍କ ସୁବିଧା ପାଇଁ ଆବଶ୍ୟକସ୍ଥଳେ ସ୍ୱତନ୍ତ୍ର ଅଭିଯାନ କରିବାକୁ ଉପସ୍ଥିତ ବ୍ୟାଙ୍କ ଅଧିକାରୀଙ୍କୁ ଜିଲ୍ଲାପାଳ ଶ୍ରୀ ସିଂହ ନିଦେ୍ର୍ଦଶ ଦେଇଥିଲେ । ଆଗାମୀ ଦିନରେ ସୁଭଦ୍ରା ଯୋଜନା ସମ୍ପର୍କିତ ଅଧିକ ସୂଚନା, ସଂଶୟ ଦୂରୀକରଣ ଓ ମତାମତ ଗ୍ରହଣ କରିବା ପାଇଁ ବିଧିବଧ ଭାବେ ଏକ ପ୍ରକୋଷ୍ଠ ଖୋଲା ଯିବ ବୋଲି କହିବା ସହ ମହିଳା ସଶକ୍ତିକରଣ ଲାଗି ଉଦ୍ଦିଷ୍ଟ ଏହି ଯୋଜନାର ଜିଲାରେ ସଫଳ ରୂପାୟନ ନିମନ୍ତେ ସମସ୍ତ ବିଭାଗର ଅଧିକାରୀଙ୍କ କ୍ରିୟାଶୀଳତା କାମନା କରିଥିଲେ ।