ଜିଲ୍ଲାସ୍ତରୀୟ ଅଭିଯୋଗ ଶୁଣାଣି ଶିବିର
କେନ୍ଦ୍ରାପଡ଼ା: କେନ୍ଦ୍ରାପଡା ପୈାରସଂସ୍ଥା ଟାଉନହଲ୍ଠାରେ ଜିଲ୍ଲାସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣି ଶିବିରରେ ୧୨୩ ଗୋଟି ଅଭିଯୋଗ ଗୁଡିକ ପଞ୍ଜିକୃତ ହୋଇଥିବାବେଳେ ସେଥିମଧ୍ୟରୁ ୧୧୨ଟି ବ୍ୟକ୍ତିଗତ, ୧୧ଟି ସାମୁହିକ ଥିଲା । ଏଥିସହିତ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ୯ ଜଣଙ୍କୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି । ଅଭିଯୋଗ ଗୁଡିକ ମଧ୍ୟରୁ ମୁଖ୍ୟତଃ ଜମିଜମା ସମସ୍ୟା, ସ୍ୱାସ୍ଥ୍ୟ, ଶିକ୍ଷା, ରାସନକାର୍ଡ, ଭତ୍ତା, ଆବାସ ଯୋଜନା ରହିଛି । ଅଭିଯୋଗ ଗୁଡିକୁ ତୁରନ୍ତ ଫଇସଲା କରିବା ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ଜିଲ୍ଲାପାଳ ନିଦେ୍ର୍ଦଶ ଦେଇଛନ୍ତି । ଏହି ଅଭିଯୋଗ ଶୁଣାଣି ଶିବିରରେ ଆରକ୍ଷୀ ଅଧିକ୍ଷକ ସିଦ୍ଧାର୍ଥ କୋଟାରିଆ, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ରବିନ୍ଦ୍ର କୁମାର ମଲ୍ଲିକଙ୍କ ସହ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ ।