ଜିଲ୍ଲାସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ଅନୁଷ୍ଠିତ 

 ଖୋର୍ଦ୍ଧା: ଜିଲ୍ଲା ସଂସ୍କୃତି ଭବନ ପରିସରରେ ଜିଲ୍ଲାସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଚଞ୍ଚଳ ରାଣାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସମ୍ମାନିତଅତିଥି ଭାବେ ଖୋର୍ଦ୍ଧା ଜିଲ୍ଲା ପରିଷଦ ଉପାଧ୍ୟାକ୍ଷ, ଗୋପୀନାଥ ମହାରଣା, ଅତିରିକ୍ତ ମୁଖ୍ୟଯନ୍ତ୍ରୀ ତଥା ଜିଲ୍ଲା ନୋଡାଲ ଅଧିକାରୀ, କେନ୍ଦ୍ରୀୟ ଜଳ ସେଚନ ମଣ୍ଡଳ ଭୁବନେଶ୍ୱର ଇଂ. ରାଜେଶ ଚନ୍ଦ୍ର ମହାନ୍ତି, ଖୋର୍ଦ୍ଧା ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ, ଖୋର୍ଦ୍ଧା ଜଳ ସେଚନ ବିଭାଜନ ଅଧିକ୍ଷଣ ଯନ୍ତ୍ରୀ ଇଂ. ପ୍ରିୟବ୍ରତ ବେହେରା, ଜିଲ୍ଲାସ୍ତରୀୟ ସମସ୍ତ ଅଧିକାରୀ, କୃଷି ବିଶେଷଜ୍ଞ, କୃଷକ ଏବଂ ପାଣି ପଞ୍ଚାୟତ କାର୍ଯ୍ୟକର୍ତ୍ତା ପ୍ରମୁଖ ଉପସ୍ଥିତ ଥିଲେ । ଏହି ଉପଲକ୍ଷେ ଅନୁଷ୍ଠିତ ହୋଇଥିବା ବିଭିନ୍ନ ପ୍ରତିଯୋଗିତାରେ କୃତି ଛାତ୍ର, ଛାତ୍ରୀଙ୍କୁ ଜିଲ୍ଲାପାଳ ଶ୍ରୀଯୁକ୍ତ ରାଣା ପୁରସ୍କୃତ କରିଥିଲେ । ଏହି ଉପଲକ୍ଷେ ବିଭିନ୍ନ ବିଭାଗ ପକ୍ଷରୁ ଷ୍ଟଲ ପ୍ରଦର୍ଶିତ କରାଯାଇଥିଲା । ଅତିରିକ୍ତ ମୁଖ୍ୟ ଯନ୍ତ୍ରୀଙ୍କ ତତ୍ୱାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମକୁ ଖୋର୍ଦ୍ଧା ଜଳ ସେଚନ ବିଭାଜନ ଅଧିକ୍ଷଣ ଯନ୍ତ୍ରୀ ଇଂ. ପ୍ରିୟବ୍ରତ ବେହେରା ପରିଚାଳନା କରିଥିଲେ ।