ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର
ନୂଆପଡା ଜିଲ୍ଲା କୋମନା ବ୍ଲକ୍ ସଭା ଗୃହ ଠାରେ ନୂଆପଡା ଜିଲ୍ଲାପାଳ ମଧୁସୂଦନ ଦାଶ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ପ୍ରତିନିଧି ରୂପେ ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ଅମ୍ରିତ ପାଲ୍ ସିଂ ଶିବିରରେ ଯୋଗ ଦେଇଥିଲେ । ଆଜି ଶିବିରରେ ମୋଟ ୧୩୭ଟି ଅଭିଯୋଗର ଶୁଣାଣି ପ୍ରଶାସନ କରିଛନ୍ତି । ଏଥିରୁ ୯୪ ଟି ବ୍ୟକ୍ତିଗତ ଓ ୪୩ ଟି ଗୋଷ୍ଠୀଗତ ଅଭିଯୋଗ ଥିଲା । ଏହି ସବୁ ଅଭିଯୋଗ ଉପରେ ଅତିଶିଘ୍ର ସମାଧାନ କରିବାକୁ ବିଭାଗୀୟ ଅଧିକାରୀମାନଙ୍କୁ ଜିଲ୍ଲାପାଳ ନିଦେ୍ର୍ଦଶ ଦେଇଥିଲେ । ଶିବିରରେ ଜିତେନ୍ଦ୍ର ରଣା, ଗ୍ରାମ- କାଣ୍ଡେତରାଙ୍କୁ ପାଞ୍ଚ ହଜାର ଟଙ୍କାର ଆଶୁ ସହାୟତା ଚିକିସôା ପାଇଁ ଜିଲ୍ଲା ରେଡକ୍ରସ ପାଣ୍ଠିରୁ ଯୋଗାଇ ଦିଆ ଯାଇଥିଲା । ଭିନ୍ନକ୍ଷମ ହୃଦେ ତାଣ୍ଡି, ଗ୍ରାମ ପାଣ୍ଡଡେଲ ବାହାଲିଙ୍କୁ ଗୋଟିଏ ନୂତନ ହୁଇଲ୍ ଚେଆର୍ ଦିଆଗଲା । ଆଜିର ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲାପାଳ ଓ ଉପଖଣ୍ଡ ଆରକ୍ଷୀ ଅଧିକ୍ଷକଙ୍କ ସହିତ, ଉପ ଜିଲ୍ଲାପାଳ ଯୋଗେନ୍ଦ୍ର ମାଝୀ, ଭାରପ୍ରାପ୍ତ ଜିଲ୍ଲା ମୁଖ୍ୟ ଚିକସôାଧିକାରୀ ଡଃ ଗୁରୁପ୍ରସାଦ ଜେନା, ବ୍ଲକ୍ ଅଧ୍ୟକ୍ଷା ଅନୁସୁୟା କୁମ୍ଭାର, ବ୍ଲକ୍ ଉପାଧ୍ୟକ୍ଷ ଜୟଦେବ ପ୍ରଧାନ, ଏ ପି ଡି ଯୋଗେଶ୍ୱର ଭୋଇ ପ୍ରମୁଖ ଉପସ୍ଥିତ ଥିଲେ । କୋମନା ବିଡ଼ିଓ ହେମନ୍ତ ପୁଟା, ତହସିଲଦାର ପ୍ରୟାସି ପ୍ରଧାନ, ଡେପୁଟି କଲେକ୍ଟର ଶେଖ୍ ନସିମ ଶିବିର ପରିଚାଳନାରେ ସହଯୋଗ କରିଥିଲେ । ଏଠାରେ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ, ଯନ୍ତ୍ରୀ, ଲାଇନ୍ ବିଭାଗ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ଏବଂ କର୍ମଚାରୀ ଉପସ୍ଥିତ ଥିଲେ । ଏହି ଅବସରରେ ଅଭିଯୋଗ ଶିବିର ପରିସରରେ ବରିଷ୍ଠ ନାଗରିକମାନଙ୍କ ପାଇଁ ଏକ ସ୍ୱାସ୍ଥ୍ୟ ଶିବିରର ଆୟୋଜନ ହୋଇଥିଲା ଯେଉଁଠାରେ ବିଶେଷଜ୍ଞ ଡାକ୍ତର ଡଃ ରମେଶ ଚନ୍ଦ୍ର ପାଠକ, ଡଃ ଅନୁପ କୁମାର ଅଗ୍ରୱାଲ ପ୍ରମୁଖ ଚିକିସôା ଯୋଗାଇ ଦେଇଥିଲେ । ସେହିପରି ସ୍ଥାନୀୟ ଚିକିସôାଳୟରେ ଗୋଟିଏ ରକ୍ତଦାନ ଶିବିର ମଧ୍ୟ ଅନୁଷ୍ଠିତ ହୋଇଥିଲା ।