ଜିଲ୍ଲାସ୍ତରୀୟ ଯୁଗ୍ମ ଜନଶୁଣାଣି ଶିବିର
ଭବାନୀପାଟଣା : କଳାହାଣ୍ଡି ଜିଲ୍ଲାସ୍ତରୀୟ ଯୁଗ୍ମ ଜନଶୁଣାଣି ଓ ସମାଧାନ ଶିବିର ଭବାନୀପାଟଣା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସଦ୍ଭାବନା ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଯୁଗ୍ମ ଅଭିଯୋଗ ଶୁଣାଣି ଓ ସମାଧାନ ଶିବିରରେ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ଏବଂ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ନାଗରାଜ ଦେବରକୋଣ୍ଡା ଯୋଗ ଦେଇ ଲୋକଙ୍କର ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ । ଏହି ଶିବିରରେ ଜିଲ୍ଲାର ବିଭିନ୍ନ ଅଞ୍ଚଳରୁ ଆସିଥିବା ୧୨୨ଗୋଟି ଆପତ୍ତି ଅଭିଯୋଗର ପଞ୍ଜିକରଣ କରାଯାଇଥିଲା । ସେଥିମଧ୍ୟରୁ ବ୍ୟକ୍ତିଗତ ୯୯ ଗୋଟି ଓ ସାମୂହିକ ୧୭ ଗୋଟି ରହିଥିବାବେଳେ ୨୭ ଗୋଟି ଆପତ୍ତି ଅଭିଯୋଗର ତୁରନ୍ତ ସମାଧାନ କରାଯାଇଥିଲା । ୬ ଜଣଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ଆର୍ଥôକ ସହାୟତା ପ୍ରଦାନ କରାଯାଇଥିଲା । ଏହି ଶିବିରରେ ଅତିରିକ୍ତ ଜିଲ୍ଲାପାଳ ତନ୍ମୟ କୁମାର ଦରୱାନ, ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଦୟାମୟ ପାଢି, ଭାରତୀୟ ପ୍ରଶାସନିକ ସେବା (ପ୍ରୋବେସନ) ଅନିମେସ ପ୍ରଧାନ, ଉପଜିଲ୍ଲାପାଳ ଭବାନୀପାଟଣା ପ୍ରଭାତ କୁମାର ପରିଡା, ଭାରପ୍ରାପ୍ତ ଉପଜିଲ୍ଲାପାଳ ଧର୍ମଗଡ଼ ଅଜୟ ପ୍ରକାଶ ତିର୍କୀ, ଅତିରିକ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡ଼ା.ନିହାରେନ୍ଦ୍ର ପଣ୍ଡା, ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ମଳୟ କୁମାର ପରିଡା, ମୁଖ୍ୟ ଜିଲ୍ଲା ବେସାମରିକ ଯୋଗାଣ ଅଧିକାରୀ ସୁଜାତା ମିଶ୍ର, ଜିଲ୍ଲା ଶିକ୍ଷା ଅଧିକାରୀ ରାଧାକାନ୍ତ ଛତ୍ରୀ, ଜିଲ୍ଲା ମଙ୍ଗଳ ଅଧିକାରୀ ଅନ୍ତର୍ଯ୍ୟାମୀ କହଁର, ଅବକାରୀ ଅଧିକ୍ଷକ ରଞ୍ଜନ କୁମାର ନାୟକ, ଜିଲ୍ଲା ପଞ୍ଚାୟତ ଅଧିକାରୀ ନୃସିଂହ ଚରଣ ପଟ୍ଟନାୟକ ସହ ନିଦେ୍ର୍ଦଶକ ଜିଲ୍ଲା ସ୍ୱଳ୍ପ ସଞ୍ଚୟ ଓ ଜିଲ୍ଲା ସଂସ୍କୃତି ଅଧିକାରୀ ବିବେକାନନ୍ଦ ମହାନନ୍ଦ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ହଳଧର ନିଆଲ, ନିର୍ବାହୀ ଅଧିକାରୀ ଚିନ୍ମୟ କୁମାର ନାଏକ, ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ମୁଜିବୁନ୍ ନିଶା, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶୈଳେନ୍ଦୁ ଶେଖର ମହାପାତ୍ରଙ୍କ ସମେତ ବିଭିନ୍ନ ବିଭାଗୀୟ ଜିଲ୍ଲାସ୍ତରୀୟ ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ ।