ଜୟଦେବଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
ଭୁବନେଶ୍ୱର: ଶ୍ରୀଜୟଦେବଙ୍କ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର ସ୍ଥିତ ଜୟଦେବ ଭବନ ଠାରେ ଶ୍ରୀ ଗୀତଗୋବିନ୍ଦର ପ୍ରଣେତା ଶ୍ରୀଜୟଦେବଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଛନ୍ତି । ଏହି ଅବସରରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ପ୍ରମୁଖ ଶାସନ ସଚିବ ସଂଜୀବ କୁମାର ମିଶ୍ର, ସୂଚନା ଓ ଲୋକସମ୍ପର୍କ ସଚିବ ସଂଜୟ ସିଂ, ସୂଚନା ଓ ଲୋକସମ୍ପର୍କ ବିଭାଗ ନିଦେ୍ର୍ଦଶକ ଦେବ ପ୍ରସାଦ ଦାଶ ଏବଂ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ନିଦେ୍ର୍ଦଶକ ବିଜୟ କେତନ ଉପାଧ୍ୟାୟ ପ୍ରମୁଖ ଉପସ୍ଥିତ ଥିଲେ ।