ଟ୍ରାକ୍ଟର ଧକ୍କାରେ ଛାତ୍ର ମୃତ

ଭୁବନେଶ୍ୱର : ଟ୍ରାକ୍ଟର ଧକ୍କାରେ ଜଣେ ନବମ ଶ୍ରେଣୀ ଛାତ୍ରଙ୍କର ଜୀବନ ଚାଲିଯାଇଛି । ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହ ୪ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି । ସୂଚନାଯୋଗ୍ୟ, ଆଜି ପୂର୍ବାହ୍ନ ପ୍ରାୟ ୧୦ଟା ୪୫ ମିନିଟ ସମୟରେ ଧନୁପାଲିସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରୁ ଅୟୁଷ୍ମାନ ବେହେରା ପାଠପଢ଼ି ସାରି ଘରକୁ ଫେରୁଥିବା ବେଳେ ସାମ୍ନା ପଟୁ ଏକ ଟ୍ରାକ୍ଟର୍ (ଓଡି-୧୫ ଡବ୍ଲ୍ୟୁ ୮୧୧୫) ତାଙ୍କୁ ଧକ୍କା ଦେଇଥିଲା । ସେଠାରେ ତାଙ୍କୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଉଦ୍ଧାର କରି ସ୍ଥାନୀୟ ଲୋକେ ସମ୍ବଲପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ । ସେଠାରେ ଆୟୁଷ୍ମାନ ବେହେରାଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ ।