ଟ୍ରେନ ଉପରେ ଖସିଲା କ୍ରେନ୍‌ : ୨୨ ମୃତ, ୩୦ରୁ ଅଧିକ ଆହତ

ଟ୍ରେନ ଉପରେ ଖସିଲା କ୍ରେନ୍‌ : ୨୨ ମୃତ, ୩୦ରୁ ଅଧିକ ଆହତ

ଥାଇଲାଣ୍ଡ : ଥାଇଲାଣ୍ଡର ରାଜଧାନୀ ବ୍ୟାଙ୍କକରେ ଭୟଙ୍କର ଟ୍ରେନ ଦୁର୍ଘଟଣା । ଫଳରେ ୨୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩୦ରୁ ଅଧିକ ଆହତ ହୋଇଛନ୍ତି । 

  ଟ୍ରେନ୍‌ଟି ବ୍ୟାଙ୍କକରୁ ଉତ୍ତର-ପୂର୍ବ ଥାଇଲ୍ୟାଣ୍ଡକୁ ଯାଉଥିବା ସମୟରେ ଗୋଟିଏ ରେଲୱେ ପ୍ରକଳ୍ପ କାମରେ ନିୟୋଜିତ କ୍ରେନ୍‌ ହଠାତ୍‌ ଉପରୁ ଖସି ପଡିବାରୁ ଟ୍ରେନ୍‌ଟି ଲାଇନଚ୍ୟୁତ ହୋଇଯାଇଥିଲା । ଫଳରେ ଘଟଣାସ୍ଥଳରେ ୨୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । ବ୍ୟାଙ୍କକରୁ ୨୩୦ କିଲୋମିଟର ଉତ୍ତର-ପୂର୍ବରେ ଅବସ୍ଥିତ ନାଖୋନ୍‌ ରାଚାସିମା ପ୍ରଦେଶର ଶିଖିଓ ଜିଲ୍ଲାରେ ଆଜି ସକାଳ ସମୟରେ ଏହି ଦୁର୍ଘଟଣା ଘଟିଛି । ଅଗ୍ନିଶମ ବାହିନୀ ଓ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରହିଛନ୍ତି ।