ବିଜେଡି ଛାଡ଼ିଲେ ପୂର୍ବତନ ବିଧାୟିକା ରାସେଶ୍ୱରୀ

ବିଜେଡି ଛାଡ଼ିଲେ  ପୂର୍ବତନ ବିଧାୟିକା ରାସେଶ୍ୱରୀ

  ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀ ଦେଲେ ବିଜେଡିରୁ ଇସ୍ତଫା  । ସେ ଦଳର ପ୍ରାଥମିକ ସଦସ୍ୟ ସହ ସମସ୍ତ ପଦରୁ ଇସ୍ତଫା ଦେଇଛନ୍ତି।   ସେ ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିକଟକୁ ତାଙ୍କ ଇସ୍ତଫାପତ୍ର ପଠାଇ ଦେଇଛନ୍ତି।  ରାସେଶ୍ୱରୀ ଟିକେଟ ଆଶାୟୀ ଥିଲେ। କିନ୍ତୁ ନମିଳିବାରୁ ଅସନ୍ତୁଷ୍ଟ ହୋଇଥିଲେ।

ବିଜେଡିରୁ ଇସ୍ତଫା ଦେବା ପରେ ସାମ୍ବାଦିକ ସମ୍ମିଳନୀ କରି  ସେ କହିଥିଲେ, ସମ୍ବଲପୁରର ସ୍ୱାଭିମାନ ଓ ଅସ୍ମିତା ପାଇଁ ବିଜେଡି ଛାଡ଼ିଲି। ଯାହାକୁ ଅଯୋଗ୍ୟ କହି ବରଖାସ୍ତ କରିଥିଲେ, ତାଙ୍କୁ ଟିକେଟ ଦେଲେ। ଦଳ ଯେଉଁ ନିଷ୍ପତ୍ତି ନେଲା ତାହା ସମ୍ବଲପୁର ପାଇଁ ଅବମାନନା। ସମ୍ବଲପୁରକୁ ଅଣଦେଖା କରାଗଲା। ତାହା ମୋତେ ବାଧିଛି।  ସମ୍ବଲପୁରରେ କ’ଣ ନେତା ନାହାନ୍ତି, ବାହାରୁ ଆଣି ଲଢ଼ାଉଛନ୍ତି।