ଦାନଗଦୀରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର
ଦାନଗଦୀ: ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନଅଭିଯୋଗ ଶୁଣାଣି ଶିବିର ଦାନଗଦୀ ବ୍ଳକ କାର୍ଯ୍ୟାଳୟ ପରିସରରେ ଥିବା ସଭା ଗୃହରେ ଅନୁଷ୍ଠିତ ହୋଇଯାଇଛି । ଶିବିରରେ ଜିଲାପାଳ ଅମ୍ବର କୁମାର କର ଜନସାଧାରଣଙ୍କ ବିଭିନ୍ନ ଆପତି ଅଭିଯୋଗର ଶୁଣାଣି କରିଥିଲେ । ଶିବିରରେ ମୋଟ ୪୬ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା । ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୨୨ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ/ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ୫ଗୋଟି, ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ସହାୟତା ନିମନ୍ତେ ୧୯ଗୋଟି ଅଭିଯୋଗ କରାଯାଇଥିଲା । ୨୦ଟି ଅଭିଯୋଗର ତକôାଳ ଫଇସଲା କରାଯାଇଥିଲା । ଶିବିରରେ ଆରକ୍ଷୀ ଅଧିକ୍ଷକ ୟସ ପ୍ରତାପ ଶ୍ରୀମଲ, ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଯୁଧିଷ୍ଠିର ନାୟକ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ତଥାନିର୍ବାହୀ ଅଧିକାରୀ ଦେବୀ ପ୍ରସାଦ ମହାନ୍ତି, ଅତିରିକ୍ତ ଜିଲ୍ଲାପାଳ, କଳିଙ୍ଗନଗର, ସପନ କୁମାର ନନ୍ଦ, ମଣ୍ଡଳ ଉନ୍ନୟନ ଅଧିକାରୀ, ଦାନଗଦୀ ପ୍ରଦୀପ କୁମାର ସେଠୀ,ତହସିଲଦାର, ଦାନଗଦୀ ରଞ୍ଜିତ କୁମାର ମଲ୍ଲିକ ଓ ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତି ଅଭିଯୋଗର ଶୁଣାଣି କରିଥିଲେ ।