ଦିବ୍ୟାଙ୍ଗ  କିଟ୍ ବଣ୍ଟନ

  କେନ୍ଦ୍ରାପଡା:   ଜିଲ୍ଲା ଭିନ୍ନକ୍ଷମ ଥଇଥାନ କେନ୍ଦ୍ର ଦ୍ୱାରା ପ୍ରସ୍ତୁତ କରାଯାଇଥିବା ସହାୟକ ଉପକରଣ ଜିଲ୍ଲାପାଳ ସ୍ମୃତି ରଞ୍ଜନ ପ୍ରଧାନ ଏବଂ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ନୀଲୁ ମହାପାତ୍ରଙ୍କ ଦ୍ୱାରା ବଣ୍ଟନ କରାଯାଇଥିଲା  ।  ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଅଜାମ୍ବର ମହାନ୍ତି, ଜିଲ୍ଲା ମୁଖ୍ୟ ଚିକିସôା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡା ପ୍ରମୋଦ କୁମାର ପ୍ରହରାଜ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ମନୋରମା ସ୍ୱାଇଁଙ୍କ ସହ ଅନ୍ୟାନ୍ୟ ଜିଲ୍ଲାସ୍ତରୀୟ ଅଧିକାରୀ ପ୍ରମୁଖ ଯୋଗ ଦେଇ କାର୍ଯ୍ୟକ୍ରମକୁ ସଫଳ କରିବା ସହ ଭିନ୍ନକ୍ଷମ କଲ୍ୟାଣ ପାଇଁ ଜିଲ୍ଲା ପ୍ରଶାସନ ନେଇଥିବା ବିଭିନ୍ନ ଯୋଜନା ଉପରେ ଆଲୋକପାତ କରିଥିଲେ । ଏହି କାର୍ଯ୍ୟକ୍ରମରେ ଜିଲ୍ଲାର ମୋଟ ୧୭ ଜଣଙ୍କୁ ସହାୟକ ଉପକରଣ ବଣ୍ଟନ କରାଯାଇଥିଲା । କାର୍ଯ୍ୟକ୍ରମକୁ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ରୂପାଲୀ ପ୍ରିୟଦର୍ଶିନୀଙ୍କ ତତ୍ତ୍ୱାବଧାନରେ ସଂପନ୍ନ କରାଯାଇଥିଲା ।