ଦୋଷୀଙ୍କ ବିରୁଦ୍ଧରେ ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠାନ

ଏମ୍‌ସରେ ବଳଙ୍ଗା ବାଇଆବରର ଛାତ୍ରୀ ।  ପିପିଲି ମେଡିକାଲରୁ ଏମ୍‌ସକୁ ସ୍ଥାନାନ୍ତର ହୋଇଛନ୍ତି ଛାତ୍ରୀ ।  ତିନି ଜଣ ଦୁର୍ବୃତ୍ତ ଆସି ଛାତ୍ରୀଙ୍କ ଦେହରେ ଲଗାଇଦେଇଥିଲେ ନିଆଁ । ଏହି ଘଟଣାରେ ତୀବ୍ର ଅସନ୍ତୋଷ ବ୍ୟକ୍ତ କରିଛନ୍ତି ପ୍ରଭାତୀ ପରିଡା । ଦୋଷୀଙ୍କ ବିରୁଦ୍ଧରେ ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠାନ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି । ଦୋଷୀଙ୍କୁ ତୁରନ୍ତ ଗିରଫ କରିବାକୁ ପୁଲିସକୁ ନିର୍ଦ୍ଦେଶ ଦେଇଛନ୍ତି ପ୍ରଭାତୀ ପରିଡା ।  ଏମ୍ସରେ ନାବାଳିକାର ଚିକିତ୍ସା ଖର୍ଚ୍ଚ ବହନ କରିବେ ରାଜ୍ୟ ସରକାର ସୂଚନା ଦେଇଛନ୍ତି ପ୍ରଭାତୀ ପରିଡା । ତେବେ ଏମ୍ସ ଯାଇ ପୀଡ଼ିତାଙ୍କୁ ଭେଟିବେ ଉପମୁଖ୍ୟମନ୍ତ୍ରୀ । ବାଲେଶ୍ବର ଏଫ୍‌ଏମ୍‌ ଛାତ୍ରୀ ମୃତ୍ୟୁ ଘଟଣା ସାରା ରାଜ୍ୟରେ ହଇଚଇ ସୃଷ୍ଟି କରିଥିବାବେଳେ ଏବେ ନିମାପଡ଼ାର ଏ ଘଟଣା ସଭ୍ୟ ସମାଜ ଉପରେ ବଡ଼ ପ୍ରଶ୍ନବାଚୀ ସୃଷ୍ଟି କରିଛି ।  କଣ ପାଇଁ ଆକ୍ରୋଶର ଶିକାର ହେଉଛନ୍ତି ଝିଅ  ?