ଧର୍ମେନ୍ଦ୍ରଙ୍କୁ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ଶୁଭେଚ୍ଛା
ଭୁବନେଶ୍ୱର : କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଜନ୍ମ ଦିନ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ଙ୍କ ଠାରୁ ଆରମ୍ଭ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଲୋକସଭା ବାଚସ୍ପତି, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟପାଳ ହରିବାବୁ କମ୍ଭମପାଟିଙ୍କ ସମେତ ବିଭିନ୍ନ ରାଜ୍ୟର ରାଜ୍ୟପାଳ ସାମାଜିକ ଗଣମାଧ୍ୟମରେ ଶୁଭେଚ୍ଛା ଜଣାଇଛନ୍ତି ।
ସେହିପରି କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡକରୀ, ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, କେନ୍ଦ୍ର ବୈଦେଶିକ ବ୍ୟାପାର ମନ୍ତ୍ରୀ ଡକ୍ଟର ଏସ. ଜୟଶଙ୍କର, କେନ୍ଦ୍ର ବାଣିଜ୍ୟ ଓ ଶିଳ୍ପ ମନ୍ତ୍ରୀ, କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ, କେନ୍ଦ୍ର ଇସ୍ପାତ୍ ମନ୍ତ୍ରୀ, ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ୍, ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହ ଧାମୀ, ଗୁଜୁରାଟ ମୁଖ୍ୟମନ୍ତ୍ରୀ ଭୁପେନ୍ଦ୍ର ପଟେଲ୍, ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଡକ୍ଟର ମୋହନ ଯାଦବ, ଆସାମ ମୁଖ୍ୟମନ୍ତ୍ରୀ ହେମନ୍ତ ବିଶ୍ୱ ଶର୍ମା, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା, ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ, ଗୋଆ ମୁଖ୍ୟମନ୍ତ୍ରୀ, ହରିଆନା ମୁଖ୍ୟମନ୍ତ୍ରୀ, ଓଡ଼ିଶାର ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ, ସାଂସଦ, ବିଧାୟକ, ଦଳୀୟ ନେତୃବୃନ୍ଦ ଓ ବ୍ୟକ୍ତିବିଶେଷ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ ନିଜ ଏକ୍ସରେ ଉଲ୍ଲେଖ କରିଛନ୍ତି ଯେ ଭାରତର ଶିକ୍ଷାକ୍ଷେତ୍ରକୁ ଉନ୍ନତ କରିବା ପାଇଁ ତାଙ୍କର ପ୍ରୟାସ, ଗବେଷଣା ଏବଂ ନବସୃଜନ ଉପରେ ଦୃଷ୍ଟି ପ୍ରଶଂସନୀୟ । ଏହା ଭାରତର ଯୁବଶକ୍ତିକୁ ବହୁ ଲାଭଦାୟକ ହୋଇଛି । ସେହିପରି କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଲେଖିଛନ୍ତି, ମୋଦିଜୀଙ୍କ ମାର୍ଗଦର୍ଶନରେ ଶିକ୍ଷା କ୍ଷେତ୍ରରେ ଆପଣଙ୍କର ଅବଦାନ ଆମ ଯୁବପିଢ଼ିଙ୍କୁ ସେମାନଙ୍କର ସ୍ୱପ୍ନ ପୂରଣ କରିବା ପାଇଁ ପଥ ପ୍ରଶସ୍ତ କରୁଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଲ୍ଲେଖ କରିଛନ୍ତି, ସମ୍ବଲପୁରର ଲୋକପ୍ରିୟ ସାଂସଦ ତଥା କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା । ମହାପ୍ରଭୁ ଶ୍ରୀ ଜଗନ୍ନାଥ ଓ ମା ସମଲେଶ୍ୱରୀ ଆପଣଙ୍କୁ ସୁଖୀ, ନିରୋଗ ଓ ଦୀର୍ଘାୟୁ କରିବା ସହ ଜନସେବା ପାଇଁ ଅସୀମ ଶକ୍ତି ପ୍ରଦାନ କରନ୍ତୁ ।