ନବକୃଷ୍ଣ ଚୌଧୁରୀଙ୍କ ଶ୍ରାଦ୍ଧଦିବସ
ଭୁବନେଶ୍ୱର : ସ୍ୱର୍ଗତ ନବକୃଷ୍ଣ ଚୌଧୁରୀଙ୍କ ୪୧ତମ ଶ୍ରାଦ୍ଧବାର୍ଷିକୀ ଅବସରରେ ବାଚସ୍ପତି ସୁରମା ପାଢ଼ୀ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, ଉପମୁଖ୍ୟ ସଚେତକ ଗୋବିନ୍ଦ ଚନ୍ଦ୍ର ଦାସ, ବିଧାୟକ ବାବୁ ସିଂ, ଅଗସ୍ତି ବେହେରା, ପ୍ରଫେସର ପୂର୍ଣ୍ଣଚନ୍ଦ୍ର ମଲ୍ଲିକ, ଉକôଳ ସମ୍ମିଳନୀର ବରିଷ୍ଠ ସଦସ୍ୟ ଓ ବିଧାନସଭା ଗବେଷଣା ଶାଖାର ନିଦେ୍ର୍ଦଶକ ଡ. ତି୍ରବିକ୍ରମ ପ୍ରଧାନ, ଯୁଗ୍ମ ସଚିବ ସତୀଶ ମିଶ୍ର ବିଧାନସଭା ପରିସରରେ ଥିବା ନବକୃଷ୍ଣ ଚୌଧୁରୀଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମରେ ଶାଶ୍ୱତୀ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନର ଶିଳ୍ପୀବୃନ୍ଦଙ୍କ ଦ୍ୱାରା ଦେଶାତ୍ମବୋଧକ ସଂଗୀତ ପରିବେଷଣ କରାଯାଇଥିଲା । ମହାନ ବିପ୍ଳବୀ, ବିଶିଷ୍ଟ ଜନନାୟକ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀ ଥିଲେ ଜଣେ ଆଦର୍ଶବାଦୀ ଓ ସଫଳ ବ୍ୟକ୍ତିତ୍ୱର ଅଧିକାରୀ । ମହାତ୍ମା ଗାନ୍ଧୀଙ୍କ ଆହ୍ୱାନରେ ଅସହଯୋଗ ଆନ୍ଦୋଳନରେ ସେ ଯୋଗ ଦେଇଥିଲେ ।