ନବୀନଙ୍କୁ ଭେଟିଲେ ମୋହନ
ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ନବୀନ ନିବାସକୁ ଯାଇ ମୁଖ୍ୟମନ୍ତ୍ରୀ ଭେଟ କରିଛନ୍ତି । ନବୀନ ପଟ୍ଟନାୟକଙ୍କ ସ୍ବାସ୍ଥ୍ୟାବସ୍ଥା ସଂପର୍କରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପଚାରିବୁଝିଥିବା ଜଣାଯାଉଛି । ସାକ୍ଷାତ ସମୟରେ ନବୀନଙ୍କ ବଡ଼ଭାଇ ପ୍ରେମ ପଟ୍ଟନାୟକ ଉପସ୍ଥିତ ଥିବା ସୂଚନା ରହିଛି।