ନାବାଳିକା ଦେହରେ ନିଆଁ ଲଗାଇଲେ ୩ ଦୁର୍ବୃତ୍ତ

ନାବାଳିକା ଦେହରେ ନିଆଁ ଲଗାଇଲେ ୩ ଦୁର୍ବୃତ୍ତ

କୋଣାର୍କ : ପୁରୀ ଜିଲା ବଳଙ୍ଗା ଥାନା ବାୟାବର ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ନାବାଳିକାଙ୍କ ଦେହରେ ଦୁର୍ବୃତ୍ତମାନେ ନିଆଁ ଲଗାଇ ଦେଇଛନ୍ତି। ୩ ଜଣ ଦୁର୍ବୃତ୍ତ ଏହି କାଣ୍ଡ ଘଟାଇଥିବା ଜଣାପଡ଼ିଛି। ନାବାଳିକାଙ୍କୁ ଗୁରୁତର ଅବସ୍ଥାରେ ନାବାଳିକାଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଥିବା ଜଣାପଡ଼ିଛି। ତେବେ କେଉଁ କାରଣରୁ ଦୁର୍ବୃତ୍ତମାନେ ନାବାଳିକାଙ୍କ ଦେହରେ ନିଆଁ ଲଗାଇଲେ ତାହା ବର୍ତ୍ତମାନ ସୁଦ୍ଧା ଜଣାପଡ଼ିନାହିଁ।