ନୂତନ ଜିଲ୍ଲା ଯୋଗାଣ ଅଧିକାରୀଙ୍କ ଯୋଗଦାନ

 ଜୟପୁର : କୋରାପୁଟ ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀ ଭାବେ ନିଯୁକ୍ତ ହୋଇଛନ୍ତି ମାନସ ରଞ୍ଜନ ମହାପାତ୍ର । ଏଥିପୂର୍ବରୁ ସେ ଯାଜପୁର ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀ ଭାବେ କାର୍ଯ୍ୟରତ ଥିଲେ । ବିଦାୟୀ ଯୋଗାଣ ଅଧିକାରୀ ପ୍ରଦୀପ କୁମାର ପଣ୍ଡାଙ୍କ ଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି । ରାଜ୍ୟ ସରକାରଙ୍କ ଯୋଗାଣ ବିଭାଗ ଚିଠି ନଂ ୧୦୨୭୬ ତା ୧୬-୬-୨୦୨୫ ଅନୁଯାୟୀ ନୂତନ ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀ ଭାବେ ଅବସ୍ଥାପିତ କରାଯାଇଥିବାବେଳେ ପ୍ରଦୀପ କୁମାର ପଣ୍ଡାଙ୍କୁ ଯାଜପୁର ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀ ଭାବେ ଅବସ୍ଥାପିତ କରାଯାଇଛି ।