ପରଲୋକରେ ପ୍ରଖ୍ୟାତ ମୂର୍ତ୍ତିକାର ରାମ ଭାଞ୍ଜୀ ସୂତାର
ନୂଆଦିଲ୍ଲୀ : ବିଶ୍ୱର ସବୁଠାରୁ ଉଚ୍ଚ ପ୍ରତିମୂର୍ତ୍ତି ଷ୍ଟାଚ୍ୟୁ ଅଫ୍ ୟୁନିଟିର ନିର୍ମାତା ପ୍ରଖ୍ୟାତ ମୂର୍ତ୍ତିକାର ପଦ୍ମ ଭୂଷଣ ରାମ ଭାଞ୍ଜୀ ସୂତାରଙ୍କ ଦେହାନ୍ତ ହୋଇଛି । ଗତକାଲି ବିଳମ୍ବିତ ରାତ୍ରିରେ ନୋଏଡାସ୍ଥିତ ତାଙ୍କ ବାସଭବନରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୧୦୦ବର୍ଷ ବୟସ ହୋଇଥିଲା । ତାଙ୍କ ପୁଅ ଅନିଲ ସୂତାର ଏହି ଖବରକୁ ନିଶ୍ଚିତ କରିଛନ୍ତି । ସେ କହିଛନ୍ତି ଯେ, "ଗଭୀର ଦୁଃଖର ସହିତ ଆମେ ଆପଣଙ୍କୁ ଜଣାଇବାକୁ ଚାହୁଁଛୁ ଯେ, ମୋ ବାପା ରାମ ଭାଞ୍ଜୀ ସୂତାରଙ୍କ ୧୭ ଡିସେମ୍ବର ମଧ୍ୟରାତ୍ରରେ ଆମ ବାସଭବନରେ ପରଲୋକ ଘଟିଛି ।’ ସେ ନିର୍ମାଣ କରିଥିଲେ ବିଶ୍ୱର ସବୁଠୁ ଉଚ୍ଚ଼ ପ୍ରତିମା ଷ୍ଟାଚ୍ୟୁ ଅଫ ୟୁନିଟି ।