ପର୍ବରେ ସୁରକ୍ଷାକୁ ନେଇ ଡିଜିପିଙ୍କ ବୈଠକ

କଟକ/ଭୁବନେଶ୍ୱର : ଆସନ୍ତା ୩୧ ତାରିଖରେ ଇଦ-ଉଲ-ଫିତର, ଅପ୍ରେଲ ୬ ତାରିଖରେ ଶ୍ରୀ ରାମ ନବମୀ, ଅପ୍ରେଲ ୧୪ ତାରିଖରେ ହନୁମାନ ଜୟନ୍ତୀ ଏବଂ ମହା ବିଷୁବ ସଂକ୍ରାନ୍ତି ପାଳିତ ହେବାକୁ ଯାଉଛି । ଏହି ଅବସରରେ ରାଜ୍ୟବାସୀଙ୍କ ନିରାପତ୍ତା ତଥା ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ପୁଲିସ ମୁଖ୍ୟ କାର୍ଯ୍ୟାଳୟ ଠାରେ ରାଜ୍ୟ ଆରକ୍ଷୀ ମହାନିଦେ୍ର୍ଦଶକ ଯୋଗେଶ ବାହାଦୁର ଖୁରାନିଆଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଆଭାସୀ ମାଧ୍ୟମରେ ଅନୁଷ୍ଠିତ ହୋଇଥିବା ଏହି ବୈଠକରେ ଡ଼ିଜିପି ଶ୍ରୀ ଖୁରାନିଆ ଉପରୋକ୍ତ ସମସ୍ତ ପର୍ବପର୍ବାଣୀ ଗୁଡ଼ିକୁ ଶୃଙ୍ଖଳିତ ଭାବେ ପାଳନ କରାଯିବା ଉପରେ ବରିଷ୍ଠ ଅଧିକାରୀଙ୍କୁ ନିଦେ୍ର୍ଦଶ ଦେଇଛନ୍ତି । 
ଉକ୍ତ ପର୍ବପର୍ବାଣୀ ଗୁଡ଼ିକୁ ଦୃଷ୍ଟିରେ ରଖି ପୁଲିସ ପକ୍ଷରୁ ବ୍ୟାପକ ବନେ୍ଦାବସ୍ତ କରାଯିବା ଉପରେ ଡ଼ିଜିପି ବୈଠକରେ ଗୁରୁତ୍ୱାରୋପ କରିଥିଲେ । ସଦାସର୍ବଦା ସତର୍କତା ଏବଂ ଯେ କୌଣସି ପ୍ରକାର ଅଘଟଣ ସମ୍ପର୍କରେ ଆଗୁଆ ସୂଚନା ପାଇବା ନିମନ୍ତେ ଉପଯୁକ୍ତ ପଦକ୍ଷେପ ନେବାସହ ଏଥି ନିମନ୍ତେ ତୁରନ୍ତ ଯୋଜନାବଦ୍ଧ କାର୍ଯ୍ୟାନୁଷ୍ଠାନ ନେବାକୁ ସେ ପରାମର୍ଶ ଦେଇଥିଲେ । ବିଶେଷ କରି ବିଭିନ୍ନ ସମୟରେ ସୋସିଆଲ ମିଡ଼ିଆରେ ଗୁଜବ, ବିଭ୍ରାନ୍ତିକର ତଥ୍ୟ ସଂକ୍ରାନ୍ତରେ ସଦାସର୍ବଦା ନଜର ରଖିବା ଉପରେ ଗୁରୁତ୍ୱ ଦେଇଥିଲେ । ଏଥି ନିମନ୍ତେ ଜିଲ୍ଲାଗୁଡ଼ିକରେ କାର୍ଯ୍ୟ କରୁଥିବା ସାଇବର ସେଲ ଦ୍ୱାରା ବିଭିନ୍ନ ସୋସିଆଲ ମିଡ଼ିଆ ପ୍ଲାଟଫର୍ମ ଉପରେ ୨୪ ଘଣ୍ଟିଆ ପାଟ୍ରୋଲିଂ କରିବାକୁ ଡ଼ିଜିପି ପରାମର୍ଶ ଦେଇଛନ୍ତି । ରାଜ୍ୟ କ୍ରାଇମବ୍ରାଞ୍ଚ୍ ଦ୍ୱାରା ଏକ ସ୍ୱତନ୍ତ୍ର କର୍ମଶାଳା ଆୟୋଜନ କରାଯାଇ ପୁଲିସ ଅଧିକାରୀ ଏବଂ କର୍ମଚାରୀଙ୍କୁ ସକ୍ରିୟ କରିବାକୁ ସେ ନିଦେ୍ର୍ଦଶ ଦେଇଛନ୍ତି । ଏହା ବ୍ୟତୀତ ସମ୍ବେଦନଶୀଳ ସ୍ଥାନ ଗୁଡ଼ିକରେ ପୁଲିସ ପାଟ୍ରୋଲିଂ, କଡାକଡି ଚେକିଂ, ଶୋଭାଯାତ୍ରା ଉପରେ କଟକଣା, ସହରର ସମ୍ବେଦନଶୀଳ ସ୍ଥାନ ଗୁଡ଼ିକରେ ସିସିଟିଭି ଲଗାଇବା, ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ସିସିଟିଭି କ୍ୟାମେରା ସ୍ଥାପନ, ଗୁଇନ୍ଦା ସୂଚନା ସଂଗ୍ରହ, ଶାନ୍ତି କମିଟି ଗଠନ ସହ ବିଭିନ୍ନ ଗୋଷ୍ଠୀ ମାନଙ୍କ ସହ ବୈଠକ, ସ୍ଥାନୀୟ ଲୋକ ପ୍ରତିନିଧି ମାନଙ୍କ ସହ ସୁସମ୍ପର୍କ ସ୍ଥାପନ, ଅଭ୍ୟାସଗତ ଅପରାଧୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ, ଗୁଜବକାରୀଙ୍କୁ ଚିହ୍ନଟ, ପଦଯାତ୍ରା ଏବଂ ବାଇକ ରାଲି ସମୟରେ ପୁଲିସ ପକ୍ଷରୁ ସ୍ୱତନ୍ତ୍ର ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିବାକୁ ସମସ୍ତ ଜିଲ୍ଲାର ଏସପି ତଥା ବରିଷ୍ଠ ପୁଲିସ ଅଧିକାରୀଙ୍କୁ ଡ଼ିଜିପି ନିଦେ୍ର୍ଦଶ ଦେଇଥିଲେ । ଏହାସହ ଯେ କୌଣସି ପ୍ରକାର ଅପ୍ରୀତିକର ପରିସ୍ଥିତିର ସମ୍ମୁଖୀନ ହେବାକୁ ସସାସର୍ବଦା ପ୍ରସ୍ତୁତ ରହିବାକୁ ଡ଼ିଜିପି ନିଦେ୍ର୍ଦଶ ଦେଇଛନ୍ତି । ଏହି ପର୍ବପର୍ବାଣୀ ପାଳନ ବେଳେ ବାୟୁମଣ୍ଡଳର ତାପମାତ୍ରା ବୃଦ୍ଧି ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଜନସାଧାରଣ ତଥା କର୍ତ୍ତବ୍ୟରେ ନିୟୋଜିତ ପୁଲିସ କର୍ମଚାରୀଙ୍କ କଲ୍ୟାଣ ନିମନ୍ତେ ଉପଯୁକ୍ତ ବନେ୍ଦାବସ୍ତ କରିବା ଉପରେ ଡ଼ିଜିପି ଗୁରୁତ୍ୱାରୋପ କରିଥିଲେ । ଉକ୍ତ ବୈଠକରେ ଆରକ୍ଷୀ ମହାନିଦେ୍ର୍ଦଶକ (କ୍ରାଇମବ୍ରାଞ୍ଚ୍) ବିନୟତୋଷ ମିଶ୍ର, ଅତିରିକ୍ତ ଆରକ୍ଷୀ ମହାନିଦେ୍ର୍ଦଶକ (ଆଧୂନିକୀକରଣ) ସୌମେନ୍ଦ୍ର ପ୍ରି୍ରୟଦର୍ଶୀ, ଅତିରିକ୍ତ ଆରକ୍ଷୀ ମହାନିଦେ୍ର୍ଦଶକ (ଆଇନ ଓ ଶୃଙ୍ଖଳା) ସଞ୍ଜୟ କୁମାର, ଅତିରିକ୍ତ ଆରକ୍ଷୀ ମହାନିଦେ୍ର୍ଦଶକ (ଏଚଆରପିସି) ୟତିନ୍ଦ୍ର କୋୟଲ, ଡ଼ିଆଇଜିପି (ପ୍ରୋଭିଜନିଂ) ଚରଣ ସିଂ ମିନା, ଡିଆଇଜିପି (ପର୍ସୋନେଲ) ଯୁଗଳ କିଶୋର କୁମାର ବନୋଥ, ଡ଼ିସିପି (କଟକ) ଖିଲାରୀ ରିଷିକେଶ ଦ୍ୟାନଦେଓଙ୍କ ସମେତ ଆଭାସୀ ମାଧ୍ୟମରେ ବହୁ ବରିଷ୍ଠ ପୁଲିସ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।