ପର୍ଯ୍ୟଟକଙ୍କ ପାଇଁ ୩ ଦିନ ଭିତରକନିକା ବନ୍ଦ
ପଟ୍ଟାମୁଣ୍ଡାଇ : ଆସନ୍ତାକାଲିଠୁ ୩ ଦିନ ପାଇଁ ବନ୍ଦ ରହିବ ଭିତରକନିକା । ୩ ଦିନ ପାଇଁ ପର୍ଯ୍ୟଟନଙ୍କ ପାଇଁ ବନ୍ଦ ରହିବ ଭିତରକନିକା । କାଲିଠାରୁ ଭିତରକନିକାରେ ୮ରୁ ୧୦ ତାରିଖ ପର୍ଯ୍ୟନ୍ତ କୁମ୍ଭୀର ଗଣନା କରାଯିବ । ଭିତରକନିକା ସଂଲଗ୍ନ ନଦୀ ନାଳରେ ଗଣନା ହେବ ବୋଲି ରାଜନଗର ଡ଼ିଏଫଓ ସୂଚନା ଦେଇଛନ୍ତି । କୁମ୍ଭୀର ଗଣନା ସମୟରେ ନଦୀରେ ବୋଟ ଚଳାଚଳ କଲେ କୁମ୍ଭୀର ଗଣନାରେ ବାଧା ସୃଷ୍ଟି ଯୋଗୁଁ ପର୍ଯ୍ୟଟକ ମାନଙ୍କ ପାଇଁ ଭିତରକନିକା ବନ୍ଦ ରହିଥାଏ । ଏହି ସମୟରେ ପର୍ଯ୍ୟଟକମାନଙ୍କୁ ଭିତରକନିକା ବୁଲି ନ ଯିବାକୁ ରାଜନଗର ବନଖଣ୍ଡ ପକ୍ଷରୁ ସୂଚନା ଦିଆଯାଇଛି ।
ସେପଟେ ସାତକୋଶିଆରେ ମଧ୍ୟ କୁମ୍ଭୀର ଗଣନା ଆରମ୍ଭ ହୋଇଛି । ୩ ଦିନ ଧରି ଏହି ଗଣନା କାର୍ଯ୍ୟ ଚାଲିବ । ଏଥିପାଇଁ ସାତକୋଶିଆ ବନ୍ୟପ୍ରାଣୀ ବନଖଣ୍ଡ, ମହାନଦୀ ଓ ଆଠମଲ୍ଲିର ବନଖଣ୍ଡରେ ମୋଟ ୧୪ଟି ଟିମ୍ ଗଠନ କରାଯାଇଛି । ପ୍ରତି ଟିମରେ ୪ରୁ ୫ଜଣ ଲେଖାଏଁ ମୋଟ ୭୦ଜଣ ବନ କର୍ମଚାରୀ ଓ ଗବେଷଣା କରୁଥିବା ବ୍ୟକ୍ତି ଗଣନା ପ୍ରକ୍ରିୟାରେ ସାମିଲ ଅଛନ୍ତି । ୧୨ଟି ଦେଶୀ ଡଙ୍ଗା ଓ ୨ଟି ବୋଟ୍, ଶକ୍ତିଶାଳୀ କ୍ୟାମେରା, ବାଇନାକୁଲର ସାହାଯ୍ୟରେ ଚାଲିଛି ଗଣନା । ଗତବର୍ଷ ମହାନଦୀ ଗଣ୍ଡରେ ମୋଟ ୧୧୫ଟି କୁମ୍ଭୀର ରହିଥିଲେ । ମତ୍ସ୍ୟଜୀବୀଙ୍କୁ ବନ ବିଭାଗ ପକ୍ଷରୁ ନଦୀକୁ ନଯିବାକୁ ପରାମର୍ଶ ଦିଆଯାଇଛି । ସେହିପରି ମହାନଦୀର ସାତକୋଶିଆ ଗଣ୍ଡ ଓ ଶିଶୁପଥର ଡ୍ୟାମରେ ପର୍ଯ୍ୟଟକଙ୍କୁ ବାରଣ କରାଯାଇଛି ।
Samir Kumar Rout