ପଲ୍ଲୀରେ ପ୍ରଶାସନ କାର୍ଯ୍ୟକ୍ରମ
ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା ଓଡ଼ାପଡ଼ା ବ୍ଲକର କଳାଙ୍ଗ ଗ୍ରାମପଞ୍ଚାୟତ ଠାରେ ପଲ୍ଲୀରେ ପ୍ରଶାସନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । କଳାଙ୍ଗ ଗ୍ରାମପଞ୍ଚାୟତର ସରପଞ୍ଚ ବିଶ୍ୱରଂଜନ ନାଏକଙ୍କ ସହଯୋଗରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଓଡାପଡା ବ୍ଲକର ଗୋଷ୍ଠୀ ଉନ୍ନୟନ ଅଧିକାରୀ ଦିଲ୍ଲୀପ କୁମାର ଷଡଙ୍ଗୀ, ତହସିଲଦାର ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ । ବ୍ଲକସ୍ତରୀୟ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ରହି ଲୋକମାନଙ୍କର ସମସ୍ୟା ଶୁଣିବା ସହିତ କିଛି ସମସ୍ୟାର ସମାଧାନ ବିଭାଗୀୟ ଅଧିକାରୀମାନେ କରିବା ସହିତ ଆଉ କିଛି ସମସ୍ୟାର ସମାଧାନ କରାଯିବା ପାଇଁ ପ୍ରତିଶ୍ରୁତି ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ପ୍ରାୟ ୩୦ଟି ବିଭାଗର ଅଧିକାରୀମାନେ ଯୋଗ ଦେଇଥିଲେ ।