ପିଜିଟି ଶିକ୍ଷକଙ୍କ ତାଲିମ କାର୍ଯ୍ୟକ୍ରମ ଉଦ୍ଘାଟିତ

 ଭୁବନେଶ୍ୱର : ବେସରକାରୀ ଅନୁଦାନପ୍ରାପ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନିଯୁକ୍ତ ପିଜିଟି ଶିକ୍ଷକଙ୍କ ପାଇଁ ୫ ଦିନିଆ ପ୍ରଶିକ୍ଷଣ ଶିବିର ଉଦ୍ଘାଟିତ ହୋଇଛି । ଶିରିପୁର ସ୍ଥିତ ଇମେଜ୍ କେନ୍ଦ୍ର ଠାରେ ଆୟୋଜିତ ଶିବିରରେ ୧୦୦ଜଣ ଇତିହାସ ଓ ଇଂରାଜୀ ବିଷୟର ସ୍ନାତକୋତ୍ତର ବା ପିଜିଟି ଶିକ୍ଷକ ଯୋଗ ଦେଇଛନ୍ତି । ଉଦ୍ଘାଟନ ଅଧିବେଶନରେ ବିଦ୍ୟାଳୟ  ଓ ଗଣଶିକ୍ଷା ବିଭାଗର ଅତିରିକ୍ତ ଶାସନ ସଚିବ ଶୁଭଶ୍ରୀ ନନ୍ଦ ଉଚ୍ଚ ମାଧ୍ୟମିକ ନିଦେ୍ର୍ଦଶାଳୟର ଯୁଗ୍ମ ନିଦେ୍ର୍ଦଶିକା ସସ୍ମିତା ମାଳି, ସ୍ନିଗ୍ଧା ମିଶ୍ର, ଜୁଲି ମଙ୍ଗରାଜ ଓ ଉପ-ନିଦେ୍ର୍ଦଶକ ଶ୍ରୀ ଜିତେନ୍ଦ୍ର ନାୟକ ଉପସ୍ଥିତ ଥିଲେ ।   
ଅତିରିକ୍ତ ଶାସନ ସଚିବ ଶ୍ରୀମତୀ ନନ୍ଦ କହିଛନ୍ତି, ଛାତ୍ରଛାତ୍ରୀମାନଙ୍କର ସର୍ବାଙ୍ଗୀନ ଉନ୍ନତି ଓ ସେମାନଙ୍କର ଚରିତ୍ର ଗଠନ ନିମନ୍ତେ ଶିକ୍ଷକଶିକ୍ଷୟିତ୍ରୀଙ୍କୁ ନମ୍ର ହେବାକୁ ପଡ଼ିବ । ଛାତ୍ରଛାତ୍ରୀଙ୍କ ମାନସିକ ଚାପକୁ ହ୍ରାସ କରିବା ପାଇଁ ସୌହାର୍ଦ୍ଦ୍ୟପୂର୍ଣ୍ଣ ବାତାବରଣରେ ଶିକ୍ଷା ପ୍ରଦାନ ସହ ଅଭିଭାବକଙ୍କୁ ସଚେତନ କରାଇବାର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଥିଲେ । ଯୁଗ୍ମ ନିଦେ୍ର୍ଦଶିକା ସସ୍ମିତା ମାଳି ସ୍ୱାଗତ ଭାଷଣ ଦେଇଥିବା ବେଳେ ଯୁଗ୍ମ ନିଦେ୍ର୍ଦଶିକା ସ୍ନିଗ୍ଧା ମିଶ୍ର ଧନ୍ୟବାଦ ଅର୍ପଣ କରିଛନ୍ତି । ୫ ଦିନିଆ ଏହି ତାଲିମ କାର୍ଯ୍ୟକ୍ରମରେ ଓଡ଼ିଶା କ୍ୟାରିୟର ପୋର୍ଟାଲ୍ ପରିଚାଳନା, ଶିକ୍ଷକମାନଙ୍କ ବୃତ୍ତିଗତ ବିକାଶ, ଶ୍ରେଣୀଗୃହ ପରିଚାଳନା ଓ ଶିକ୍ଷଣ ଦକ୍ଷତା ବିକାଶ, ଗ୍ରୁପ୍ ଆକ୍ଟିଭିଟି,  ଆକାଂକ୍ଷା ବିଦ୍ୟାଳୟର ଗଠନ ଆଦି ସମ୍ପର୍କରେ ତାଲିମ୍ ଦିଆଯିବ ।