ପିପୁଲ୍ସ କଲେଜରେ ଆଲୋଚନାଚକ୍ର
ବୁଗୁଡ଼ା: ସ୍ଥାନୀୟ ପିପୁଲ୍ସ କଲେଜ ପକ୍ଷରୁ ଓଡିଆ ପକ୍ଷ ପାଳନ ଅବସରରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ ହରିକୃଷ୍ଣ ନାୟକଙ୍କ ପୌରହିତ୍ୟରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ତହସିଲଦାର ତାପସ କୁମାର ରାଉତ, ମୁଖ୍ୟ ବକ୍ତା ଭାବେ ଅଧ୍ୟାପକ ଡ.ପ୍ରଦୀପ କୁମାର ଦାଶ ଓ ସମ୍ମାନିତ ଅତିଥି ଭାବେ ଆତ୍ମ ପ୍ରକାଶ ନାୟକ ଯୋଗ ଦେଇ ଛାତ୍ରଛାତ୍ରୀଙ୍କୁ ମାର୍ଗ ଦର୍ଶନ କରିବା ସହ ଓଡିଶାର ବରପୁତ୍ର ମାନଙ୍କ ଉଲ୍ଲେଖନୀୟ ଅବଦାନ ସମ୍ପର୍କେ ଆଲୋକପାତ କରିଥିଲେ । ଉକ୍ତ କାର୍ଯ୍ୟକ୍ରମର ପ୍ରାରମ୍ଭରେ ଓଡ଼ିଆ ବିଭାଗ ଅଧ୍ୟାପକ ଡ.ସଞ୍ଜୟ କୁମାର ପ୍ରଧାନ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ପରିଶେଷରେ ଅଧ୍ୟାପକ ଦୁଷ୍ମନ୍ତ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ ।