ପୁଣି ଅସୁସ୍ଥ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ୍ ମଜୁମଦାର : ICUରେ ଭର୍ତ୍ତି

ପୁଣି ଅସୁସ୍ଥ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ୍ ମଜୁମଦାର : ICUରେ ଭର୍ତ୍ତି

ଭୁବନେଶ୍ୱର : ପୁଣି ଅସୁସ୍ଥ ହୋଇପଡ଼ିଛନ୍ତି ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ୍‌ ମଜୁମ୍‌ଦାର । ପୁଣିଥରେ ଆଇସିୟୁରେ ଭର୍ତ୍ତି ହେଲେ ଅଭିଜିତ । ଅଭିଜିତ୍‌ଙ୍କ ସ୍ବାସ୍ଥ୍ୟାବସ୍ଥାରେ ଅବନତି ଘଟିବାରୁ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିବା ସୂଚନା ଦେଇଛି ଭୁବନେଶ୍ୱର ଏମ୍ସ । ଅଭିଜିତ୍ Osmotic Demyelination Syndrome ଅର୍ଥାତ ସ୍ନାୟୁ ଜନୀତ ରୋଗରେ ପୀଡ଼ିତ । ନିମୋନିଆ ସହିତ ଫୁସଫୁସରେ ସଂକ୍ରମଣ ହୋଇଛି ।

ଅଗଷ୍ଟ ୨୭ରେ କଟକର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ପରେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଅନ୍ୟ ଏକ ଘରୋଇ ହସ୍ପିଟାଲର ଆଇସିୟୁକୁ ସ୍ଥାନାନ୍ତର କରାଯାଇଥିଲା। ସେପ୍ଟେମ୍ବର ୪ରେ ଏମ୍ସ-ଭୁବନେଶ୍ୱରକୁ ସ୍ଥାନାନ୍ତର କରାଯାଇଥିଲା । ତାଙ୍କର ହାଇପୋଥାଇରଏଡିଜମ, ହାଇପରଟେନସନ ଓ କ୍ରନିକ ଯକୃତ ରୋଗ ସମେତ ବିଭିନ୍ନ ସ୍ୱାସ୍ଥ୍ୟ ସମସ୍ୟା ଚିହ୍ନଟ ହୋଇଥିଲା।