ପୁଲିସ ଭଲିବଲ ଏବଂ ବାସ୍କେଟବଲ ପ୍ରତିଯୋଗିତା

 ଭୁବନେଶ୍ୱର : କଟକସ୍ଥିତ ଓ.ଏସ.ଏ.ପି ଷଷ୍ଠ ବାଟାଲିୟନ ପରିସରରେ ୭୭ ତମ ରାଜ୍ୟ ପୁଲିସ ଭଲିବଲ ଏବଂ ବାସ୍କେଟବଲ ପ୍ରତିଯୋଗିତା-୨୦୨୫ ଆନୁଷ୍ଠାନିକ ଭାବେ ଉଦଘାଟିତ ହୋଇଯାଇଛି । ଏହି ଉସôବରେ ମୁଖ୍ୟ ଅତିଥି ଭାବେ ଓଡ଼ିଶା ପୁଲିସ ଅତିରିକ୍ତ ଆରକ୍ଷୀ ମହାନିଦେ୍ର୍ଦଶକ (ସଶସ୍ତ୍ର)ରାଜେଶ କୁମାର, ଯୋଗ ଦେଇ ଭବ୍ୟ ପ୍ୟାରେଡରେ ଅଭିବାଦନ ଗ୍ରହଣ କରିବା ସହ ସମସ୍ତ ପ୍ରତିଯୋଗୀ ଓ କ୍ରୀଡା ପରିଚାଳକମାନଙ୍କୁ ଖେଳୁଆଡ ମନୋଭାବ ନେଇ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିବାକୁ ପରାମର୍ଶ ଦେଇଥିଲେ । ଏହି ଅବସରରେ ଚାମ୍ପିଅନସିପ ଆୟୋଜନ ଓ ପରିଚାଳନା ନିମନ୍ତେ ସେ ରାଜ୍ୟ ଆରକ୍ଷୀ ମହାନିଦେ୍ର୍ଦଶକ ଯୋଗେଶ ବାହାଦୁର ଖୁରାନିଆଙ୍କୁ ମଧ୍ୟ ଶ୍ରୀ ରାଜେଶ କୁମାର ଧନ୍ୟବାଦ ଜଣାଇଥିଲେ ।  ସେ ଆହୁରି ମଧ୍ୟ କହିଥିଲେ ଯେ, ଆମେରିକାର ବିର୍ମିଂହାମଠାରେ ଅନୁଷ୍ଠିତ ବିଶ୍ୱ ପୁଲିସ ଓ ଅଗ୍ନିଶମ କ୍ରୀଡା- ୨୦୨୫ରେ ଭାରତୀୟ ଦଳକୁ ପ୍ରତିନିଧିତ୍ୱ କରି ଓଡିଶା ପୁଲିସର ୭ ଜଣ କୃତି କ୍ରୀଡାବିତ ମାନେ ଅପୂର୍ବ କ୍ରିଡାନୈପୁଣ୍ୟ ପ୍ରଦର୍ଶନ କରି ଦେଶ, ରାଜ୍ୟ ତଥା ଓଡିଶା ପୁଲିସକୁ ଗୌରବାନ୍ୱିତ କରିଛନ୍ତି । ଭାରତୀୟ କ୍ରୀଡା ଇତିହାସରେ ଏକ ଗୌରବମୟ ଅଧ୍ୟାୟ ଲେଖି, ଓଡ଼ିଶା ପୋଲିସର ଖେଳାଳିମାନେ ବିଭିନ୍ନ ଆଥଲେଟିକ୍ସ ଏବଂ କରାଟେ ଇଭେଣ୍ଟରେ ବ୍ୟକ୍ତିଗତ ଭାବରେ ୧୩ ସ୍ୱର୍ଣ୍ଣ, ୩ ରୌପ୍ୟ ଏବଂ ୪ କାଂସ୍ୟ ସମେତ ୨୦ ପଦକ ହାସଲ କରିଛନ୍ତି  । ଏହି ଅସାଧାରଣ ସଫଳତା ଦେଶ, ଓଡ଼ିଶା ରାଜ୍ୟ ଏବଂ ଓଡ଼ିଶା ପୋଲିସ ବାହିନୀ ପାଇଁ ଗୌରବ ଆଣିଛି ବୋଲି ରାଜେଶ କୁମାର କହିଥିଲେ । ୨୦୨୫ ଜୁଲାଇ ୨୨ ରୁ ଜୁଲାଇ ୨୮ ତାରିଖ ପର୍ଯ୍ୟନ୍ତ ଷଷ୍ଠ ବାଟାଲିୟନର ବିଭିନ୍ନ  ଗ୍ରାଉଣ୍ଡରେ ଏହି ପ୍ରତିଯୋଗିତା ଅନୁଷ୍ଠିତ ହେବ । ଏହି ଚମ୍ପିୟାନସିପରେ ସାରା ରାଜ୍ୟର ବିଭିନ୍ନ ଜିଲ୍ଲା ଏବଂ ବାଟାଲିୟନରୁ ୨୫ଟି ପୋଲିସ ଭଲିବଲ ଟିମ ଓ ୫ଟି ପୁଲିସ ବାସ୍କେଟବଲ ଟିମ ଅଂଶ ଗ୍ରହଣ କରିଥିବା ବେଳେ ସମୁଦାୟ ୪୨୯ ଜଣ ଖେଳାଳି ସାମିଲ ହୋଇଛନ୍ତି । ଉଦଘାଟନି ସମାରୋହରେ ଆଇଜିପି ଗଜଭିୟେ ସତୀଶ କୁମାର, ଏଆଇଜି (ମୁଖ୍ୟାଳୟ)  ତପନ ନାରାୟଣ ରଥ,ଷଷ୍ଠ ବାଟାଲିୟନ କମାଣ୍ଡାଣ୍ଟ ସୂର୍ଯ୍ୟ ନାରାୟଣ ମଲ୍ଲିକ, ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ ମାନ୍ଧାତା ସାଇ ପ୍ରମୁଖ ଆୟୋଜନ ଓ ପରିଚାଳନାରେ ସହଯୋଗ କରିଥିଲେ । ଏହି ସମାରୋହରେ ବରିଷ୍ଠ ପୁଲିସ ଅଧିକାରୀ, ସମସ୍ତ ଟିମର ଅଧିନାୟକ, ଖେଳାଳି ପ୍ରମୁଖ ଉପସ୍ଥିତ ଥିଲେ ।