ପୃଥ୍ୱୀରାଜ ହରିଚନ୍ଦନଙ୍କ ବଡ଼ ସୂଚନା : ତ୍ରିଶୂଳିଆରେ ହେବ ଦ୍ବିତୀୟ ବ୍ରିଜ୍

ଭୁବନେଶ୍ବର : କଟକ - ଭୁବନେଶ୍ବରରେ ଭିଡ଼ ନିୟନ୍ତ୍ରଣ ପାଇଁ ରାଜ୍ୟ ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି । ଏନେଇ ସୂଚନା ଦେଇଛନ୍ତି ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ବିଧାନସଭାରେ କଂଗ୍ରେସ ବିଧାୟିକା ସୋଫିଆ ଫିରଦୌସଙ୍କ ପ୍ରଶ୍ନର ଲିଖିତ ଉତ୍ତର ରଖିଛନ୍ତି ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ତ୍ରିଶୂଳିଆରେ ନିର୍ମାଣ ହେବ ଦ୍ୱିତୀୟ ବ୍ରିଜ। ଏହି ପ୍ରକଳ୍ପ ପାଇଁ ୨୯୭ କୋଟି ବ୍ୟୟବରାଦ କରାଯାଇଥିବା ବେଳେ ଟେଣ୍ଡର ପ୍ରକ୍ରିୟା ଜାରି ରହିଛି । ଏହି ପ୍ରକଳ୍ପର ନିର୍ମାଣ କାର୍ଯ୍ୟ ୩୬ ମାସ ମଧ୍ୟରେ ଶେଷ କରିବା ପାଇଁ ଲକ୍ଷ୍ୟ ଧାର୍ଯ୍ୟ ହୋଇଥିବା ସେ କହିଛନ୍ତି।