ପୋଲ ତଳକୁ ଓଲଟିଲା ବସ୍, ୨୦ ଆହତ
ବାଲେଶ୍ୱର: ବାଲେଶ୍ୱର ନୁଣିଆଯୋଡ଼ିରେ ଭାରସାମ୍ୟ ହରାଇ ପୋଲ ତଳକୁ ଓଲଟିଲା ବସ୍ । ବାଲିଆପାଳରୁ ବାଲେଶ୍ୱର ଅଭିମୁଖେ ଯାଉଥିଲା ବସ୍ । ବସ୍ରେ ୪୦ରୁ ଊଦ୍ଧ୍ୱର୍ ଯାତ୍ରୀ ଥିଲେ । ସେମାନଙ୍କ ମଧ୍ୟରୁ ୨୦ରୁ ଊଦ୍ଧ୍ୱର୍ ଆହତ ହୋଇଛନ୍ତି । ଘଟଣାସ୍ଥଳରୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ଆହତମାନଙ୍କୁ ଉଦ୍ଧାର କରାଯାଇ ୫ଟି ୧୦୮ ଆମ୍ବୁଲାନ୍ସ ଯୋଗେ ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଛି । ଘଟଣାସ୍ଥଳରେ ସ୍ଥାନୀୟ ପ୍ରଶାସନ ଏବଂ ଏନଡିଆରଏଫ୍ ଟିମ୍ ଉଦ୍ଧର କାର୍ଯ୍ୟରେ ନିୟୋଜିତ ରହିଛନ୍ତି ।