ପୌରା ଅଧିକାରୀ ଆଲର୍ଟ ରହିବାକୁ ନିଦେ୍ର୍ଦଶ
ାା ପ୍ରଭାନୁ୍ୟଜ୍ ।ା ଭୁବନେଶ୍ୱର : ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ ଅନୁସାରେ ପଶ୍ଚିମ-କେନ୍ଦ୍ର ଏବଂ ପାର୍ଶ୍ୱବର୍ତ୍ତୀ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଅବପାତ କ୍ଷେତ୍ର ସ୍ରୁଷ୍ଟି ହୋଇଛି । ଉତ୍ତର ଓଡିଶା, ପଶ୍ଚିମବଙ୍ଗ ଉପକୁଳରେ ଗତିଶୀଳ ହୋଇ ଆଗାମୀ ୨୪ ଘଣ୍ଟାରେ ଏହା ଗଭୀର ଅବପାତ ରୂପ ନେଇପାରେ । ଆଗାମୀ ୪୮ ଘଣ୍ଟା ପର୍ଯ୍ୟନ୍ତ ଉପକୁଳ ଜିଲ୍ଲା ଗୁଡିକରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ଏବଂ ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି ଓ ଗଞ୍ଜାମ ଜିଲ୍ଲାକୁ ପ୍ରସ୍ତୁତି ସହିତ ସଜାଗ ରହିବାକୁ ନିଦେ୍ର୍ଦଶ ଦିଆଯାଇଛି । ସମ୍ଭାବ୍ୟ ଲଗାଣ ବର୍ଷା ଫଳରେ ବିଭିନ୍ନ ତଳିଆ ଅଂଚଳରେ ବର୍ଷା ପାଣି ଜମିରହିବାକୁ ଦୃଷ୍ଟିରେ ରଖି ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯିବ । ଏହି ପରିପ୍ରେକ୍ଷୀରେ ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପ୍ରମୁଖ ଶାସନ ସଚିବ ଉଷା ପାଢୀ ସମସ୍ତ ମହାନଗର ନିଗମର କମିଶନରଙ୍କ ସମେତ ପୌରପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ହାଇ ଆଲର୍ଟରେ ରହିବାକୁ ନିଦେ୍ର୍ଦଶ ଦେଇଛନ୍ତି । ଖାଲୁଆ ତଥା ତଳିଆ ସ୍ଥାନଗୁଡିକ ପାଇଁ ପମ୍ପସେଟ୍ ପ୍ରସ୍ତୁତ ରଖିବାକୁ ନିର୍ବାହୀ ଅଧିକାରୀ ମାନଙ୍କୁ ପରାମର୍ଶ ଦିଆଯାଇଛି, ଜଳବନ୍ଦୀ, ରାସ୍ତାଘାଟ ବିଛିନ୍ନ ହେବା ଆଦି ସଂପର୍କରେ ସତର୍କ ଦୃଷ୍ଟି ରଖିବାକୁ କୁହାଯାଇଛି ।