ପ୍ରକୃତ ଚାଷୀଙ୍କ ଚିହ୍ନଟ ପାଇଁ ଆଉ ଥରେ ହେବ ପଞ୍ଜିକରଣ!

ରାଜ୍ୟରେ ଅଛନ୍ତି ଅନେକ ନକଲି ଚାଷୀ । ପ୍ରକୃତ ଚାଷୀଙ୍କ ବାବଦରେ ଜାଣିବା ପାଇଁ ଆଉ ଥରେ ହେଉଛି ଚାଷୀ ପଞ୍ଜିକରଣ । ରାସନ କାର୍ଡ ଭଳି ଚାଷୀ ତାଲିକାରେ ଅନେକ ଅଣ ଚାଷୀ ଥିବାରୁ ଆଉ ଥରେ ହେବ ତାଲିକା । ରାସନ କାର୍ଡ଼ରେ ଏବେ ସୁଦ୍ଧା ୪୦ ଲକ୍ଷ ଭୂତ ହିତାଧିକାରୀ ବହାରିଲେଣି । ୨୪ ବର୍ଷ ଧରି ଯେଉଁ ପ୍ରକ୍ରିୟା ଚାଲିଥିଲା, ସେଥିରେ ସ୍ଵଛତା ଆଣିବାକୁ ନୂଆ ପଦ୍ଧତି ହାତକୁ ନିଆଯାଇଛି ବୋଲି ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣ ପାତ୍ର କହିଛନ୍ତି ।