ପ୍ରଥମ ଥର : ଆଜିଠୁ ୧୪ ଯାଏଁ ପାଳନ ହେବ ଓଡ଼ିଆ ପକ୍ଷ
ଭୁବନେଶ୍ୱର : ଏଥର ଓଡ଼ିଆ ନବବର୍ଷକୁ ମହାଆଡ଼ମ୍ବରରେ ପାଳନ କରାଯିବ । ପ୍ରଥମ ଥର ପାଇଁ ଏପ୍ରିଲ ମାସ ୧ ତାରିଖ ଓଡ଼ିଶା ଦିବସ ଠାରୁ ୧୪ ଏପ୍ରିଲ ଓଡ଼ିଆ ନବବର୍ଷ ତଥା ମହାବିଷୁବ ସଂକ୍ରାନ୍ତି ପର୍ଯ୍ୟନ୍ତ ଓଡ଼ିଆ ପକ୍ଷ ପାଳନ କରିବା ନିମନ୍ତେ ସରକାରଙ୍କ ତରଫରୁ ନିଷ୍ପତ୍ତି ନିଆଯାଇଛି । ଏନେଇ ଓଡିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ସମସ୍ତ ବିଭାଗକୁ ଚିଠି ଲେଖାଯାଇଛି । ଦୀର୍ଘ ୧୪ ଦିନ ଧରି ରାଜ୍ୟବ୍ୟାପୀ ରାଜ୍ୟସ୍ତରୀୟ ଓ ଜିଲ୍ଲା ସ୍ତରୀୟ କାର୍ଯ୍ୟକ୍ରମ ଆୟୋଜନ କରାଯିବା ପାଇଁ ସରକାରଙ୍କ ତରଫରୁ ନିଷ୍ପତ୍ତି ନିଆଯାଇଛି ବୋଲି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ସୂଚନା ଦେଇଛନ୍ତି । ଓଡ଼ିଆ ପକ୍ଷ ପାଳନ ନେଇ ସମସ୍ତ ବିଭାଗୀୟ ସଚିବ ଓ ଜିଲ୍ଲାପାଳଙ୍କ ସହ ବୈଠକ କରାଯାଇଛି । ଓଡ଼ିଆ ପକ୍ଷକୁ ଜିଲ୍ଲା ଏବଂ ରାଜ୍ୟସ୍ତରରେ ବହୁ ଆଡ଼ମ୍ବର ସହକାରେ ପାଳନ କରିବା ପାଇଁ ନିଦେ୍ର୍ଦଶ ଦିଆଯାଇଛି ବୋଲି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ପ୍ରକାଶ କରିଛନ୍ତି ।
ଅନ୍ୟପଟେ ଏପ୍ରିଲ ୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ଏହି ଭଳି ଭାବେ ଓଡ଼ିଆ ପକ୍ଷ ପାଳନ କରାଯିବ । ଏପ୍ରିଲ ୧ତାରିଖରେ ସ୍ୱତନ୍ତ୍ର ଭାଷା ଭିତ୍ତିକ ଓଡ଼ିଶା ପ୍ରଦେଶ ଗଠନ ଉପଲକ୍ଷେ ରାଜ୍ୟ, ଜିଲ୍ଲା ଏବଂ ଉପଖଣ୍ଡସ୍ତରରେ ଓଡିଶା ଦିବସ ପାଳନ କରାଯିବ । ସୂଚନା ଓ ଲୋକସମ୍ପର୍କ ବିଭାଗ ଆନୁକୂଲ୍ୟରେ ଓଡିଶା ଦିବସ ପାଳନ କରାଯିବ । ଏପ୍ରିଲ ୨ରେ ରାଜ୍ୟର ପ୍ରାଥମିକ ବିଦ୍ୟାଳୟର ଶିଶୁ ବାଟିକାରେ ନାମ ଲେଖାଯିବା ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ମହିଳା ଓ ଶିଶୁ ବିକାଶ ବିଭାଗ ଆନୁକୁଲ୍ୟରେ ଖଡିଛୁଆଁ ଓ ପ୍ରବେଶ ଉସôବ ପାଳନ କରାଯିବ । ଏପ୍ରିଲ ୩ରେ ପାରମ୍ପରିକ ଓଡ଼ିଆ ପୋଷାକ ତଥା ଓଡ଼ିଶାର ହସ୍ତତନ୍ତ, ବୟନ ଶିଳ୍ପର ପ୍ରଚାର ପ୍ରସାର ପାଇଁ ହସ୍ତତନ୍ତ, ବୟନ ଶିଳ୍ପ ଓ ହସ୍ତଶିଳ୍ପ ବିଭାଗ ଆନୁକୂଲ୍ୟରେ ପାରମ୍ପରିକ ପୋଷାକ ପରିଧାନ “ଆମ ପୋଷାକ ଆମ ପରିଚୟ” ଦିବସ ପାଳନ କରାଯିବ । ଏପ୍ରିଲ ୪ରେ ରାଜ୍ୟର ବିଭିନ୍ନ ଦୋକାନ ବଜାରରେ ଓଡ଼ିଆ ନାମ ଫଳକର ବ୍ୟବହାର ପାଇଁ ଶ୍ରମ ଓ ରାଜ୍ୟ କର୍ମଚାରୀ ବୀମା ବିଭାଗ ପକ୍ଷରୁ “ଓଡ଼ିଆରେ ନାମ ଫଳକ ଅଭିଯାନ ସଚେତନତା ପଦଯାତ୍ରା”ର ଆୟୋଜନ କରାଯିବ । ଏପ୍ରିଲ ୫ରେ କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ଐତିହ୍ୟ ଗଣଦୌଡ଼ କାର୍ଯ୍ୟକ୍ରମର ଆୟୋଜନ କରାଯିବ । ଏପ୍ରିଲ ୬ରେ ଓଡ଼ିଶାରେ ଥିବା ଦେବାଳୟ ଓ ଐତିହ୍ୟ ସ୍ଥଳୀଗୁଡ଼ିକୁ ସର୍ବଦା ସ୍ୱଚ୍ଛ ରଖିବା ପାଇଁ ସ୍ୱଚ୍ଛତା ଅଭିଯାନର ଆୟୋଜନ କରାଯିବ । ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ, ପର୍ଯ୍ୟଟନ ବିଭାଗ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଓ ଗୃହ ଓ ନଗର ଉନ୍ନୟନ ବିଭାଗର ମିଳିତ ଆନୁକୂଲ୍ୟରେ ଏହାର ଆୟୋଜନ କରାଯିବ । ଏପ୍ରିଲ ୭ରେ ଓଡ଼ିଆ ଭାଷାର ପ୍ରାରମ୍ଭିକ ପରିଚୟ ପ୍ରଦାନ କରୁଥିବା ଭକ୍ତକବି ମଧୁସୂଦନ ରାଓଙ୍କ ରଚିତ “ବର୍ଣ୍ଣବୋଧ” ନିମନ୍ତେ ଏହି ଦିନଟିକୁ ବର୍ଣ୍ଣବୋଧ ବଣ୍ଟନ-ବର୍ଣ୍ଣବୋଧ ଉସôବ ଭାବେ ପାଳନ କରାଯିବ । ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଏହା ପାଳନ କରାଯିବ । ଏପ୍ରିଲ ୮ରେ ରେଡକ୍ରସ୍, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଏବଂ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏହି ଦିନଟିକୁ ରକ୍ତଦାନ ଅଭିଯାନ ଭାବରେ ପାଳନ କରାଯିବ । ଏପ୍ରିଲ ୯ରେ ଓଡ଼ିଆ ସାହିତ୍ୟ ଓ ପୁସ୍ତକ ପଠନକୁ ପ୍ରୋସôାହନ ଦେବା ପାଇଁ ଏହି ଦିନଟିକୁ “ଆସ ବହିଟିଏ କିଣିବା” ଅଭିଯାନ ଭାବରେ ପାଳନ କରାଯିବ । ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ଉଚ୍ଚଶିକ୍ଷା ବିଭାଗର ମିଳିତ ଆନୁକୂଲ୍ୟରେ ଏହା ଅନୁଷ୍ଠିତ ହେବ । ଏପ୍ରିଲ ୧୦ରେ ଓଡ଼ିଶାର ଲୋକକଳାକୁ ବିଶ୍ୱ ବିଦିତ କରିବା ପାଇଁ “ଲୋକକଳା ପାଇଁ ଦିନ ଟିଏ -ବରିଷ୍ଠ କଳାକାରଙ୍କୁ ସମ୍ବର୍ଦ୍ଧନା ଓ କଳାଗ୍ରାମ ପରିଦର୍ଶନ ଉସôବର ପାଳନ କରାଯିବ । ଏପ୍ରିଲ ୧୧ରେ ଓଡ଼ିଶା ସାହିତ୍ୟ ଏକାଡେମୀ, ଉଚ୍ଚଶିକ୍ଷା, କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ଏହି ଦିନରେ ଯୁବ ଲେଖକ ସମ୍ମିଳନୀର ଆୟୋଜନ କରାଯିବ । ଏପ୍ରିଲ ୧୨ରେ ଓଡ଼ିଶା ସାହିତ୍ୟ ଏକାଡେମୀ ଓ ଜିଲ୍ଲା ପ୍ରଶାସନ ଆନୁକୂଲ୍ୟରେ ଓଡିଶାର ବରପୁତ୍ରମାନଙ୍କ ଉପରେ ଆଲୋଚନା କରାଯିବ । ଏପ୍ରିଲ ୧୩ରେ ଖାଦ୍ୟ ପରମ୍ପରା ହେଉଛି ଆମ ଓଡ଼ିଆ ସଂସ୍କୃତିର ଅବିଚ୍ଛେଦ୍ୟ ଅଂଶ । ଏହି ଖାଦ୍ୟ ପରମ୍ପରାକୁ ପାଳନ କରିବା ପାଇଁ “ପାରମ୍ପାରିକ ଖାଦ୍ୟ ପାଳନ ଅଭିଯାନ- ଆମ ରୁଚି ଆମ ଖାଦ୍ୟ” ଉସôବ ପାଳନ କରାଯିବ । ପଞ୍ଚୟତି ରାଜ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଏହା ଆୟୋଜନ କରାଯିବ । ଏପ୍ରିଲ ୧୪ରେ ଓଡ଼ିଆ ନବବର୍ଷକୁ ମହା ଆଡ଼ମ୍ବର ସହକାରେ ପାଳନ କରାଯିବ ।