ପ୍ରବାସୀ ଶ୍ରମିକ ସଚେତନତା ଶିବିର
ନୂଆପଡା : ଖଡିଆଳ ବ୍ଲକ କିରିକିଟା ଗ୍ରାମରେ ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ସଭାପତିତ୍ୱରେ ପ୍ରବାସୀ ଶ୍ରମିକ ସଚେତନତା ଶିବିର ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ସମାରୋହରେ ଖଡ଼ିଆଳ ବନଖଣ୍ଡ ଅଧିକାରୀ ଅଜିଜ ଖାନ, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଉପଜିଲ୍ଲାପାଳ ଯୋଗେନ୍ଦ୍ର ମାଝୀ, ବିଡିଓ ନରସିଂହ ଗଡ଼ବା, ବ୍ଲକ ଅଧ୍ୟକ୍ଷା ପୁଷ୍ପାଞ୍ଜଳି ନନ୍ଦ ସ୍ଥାନୀୟ ସରପଞ୍ଚ ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ । ସଭାରେ ସମସ୍ତ ଅତିଥିମାନଙ୍କ ସହ ଉପନିଦେ୍ର୍ଦଶକ ହସ୍ତଶିଳ୍ପ ପୁଷ୍ପରଂଜନ ସାହୁ, ଜିଲ୍ଲା ଶ୍ରମ ଅଧିକାରୀ ରବୀନ୍ଦ୍ର ବାର୍ଲା, ଜିଲ୍ଲା ଶିଳ୍ପକେନ୍ଦ୍ର ପରିଚାଳକ ସମୀର କୁମାର ମୁଦୁଲି, ଜିଲ୍ଲା କୃଷି ଅଧିକାରୀ ପ୍ରଦୀପ କୁମାର ବେଉରା, ୱାଟରସେଡ ପିଡି ରଶ୍ମି ରଞ୍ଜନ ପାତ୍ର, ଜିଲା ମଙ୍ଗଳ ଅଧିକାରୀ ଦୀପ୍ତିମନ୍ତ ଭୋଇ, ଆରଟିଓ ମାନ ସିଂ, ଜିଲା ମସô୍ୟ ଅଧିକାରୀ ବିଜନ କୁମାର ସାହୁ ପ୍ରମୁଖ ଯୋଗ ଦେଇ ଶ୍ରମିକ, କୃଷକ, ମହିଳା ତଥା ଜନସାଧାରଣଙ୍କ ପାଇଁ ଥିବା ବିଭାଗୀୟ ବିଭିନ୍ନ ଲୋକାଭିମୁଖୀ ଯୋଜନା ସମ୍ବନ୍ଧରେ ଅବଗତ କରାଇଥିଲେ । ଜିଲ୍ଲା ପ୍ରଶାସନ ସମସ୍ତ ଶ୍ରମିକମାନଙ୍କୁ ଖାଦ୍ୟ, ଉତ୍ତମ ଶିକ୍ଷା, ସ୍ୱାସ୍ଥ୍ୟ, କୃଷି, ଜଳସେଚନ ସୁବିଧା ସହିତ ଜୀବନଜୀବିକା ନିର୍ବାହ ପାଇଁ ବିଭିନ୍ନ ଯୋଜନାରେ ସାମିଲ କରିବା ପାଇଁ ପଦକ୍ଷେପ ନେଉଛନ୍ତି । ସମସ୍ତେ ମିଶି ବରଗାଁ ପଞ୍ଚାୟତକୁ ପ୍ରବାସୀଶ୍ରମିକ ମୁକ୍ତ ଜିଲ୍ଲାରେ ପରିଣତ କରିବା ପାଇଁ ସେ ଆହ୍ୱାନ ଦେଇଥିଲେ । ଏହାପରେ ସଭାସ୍ଥଳରେ ଝିଅ ପାଇଁ ଗଛଟିଏ ଏବଂ ଗର୍ଭସ୍ଥ ଶିଶୁ ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । କନ୍ୟା ପିତାମାତାଙ୍କୁ ଉପହାର ସହିତ ନୂତନ ବୃକ୍ଷଚାରା ରୋପଣ ପାଇଁ ପ୍ରଦାନ କରିଥିଲେ ।