ପ୍ରଭାତ ବଳବନ୍ତରାୟ ଦେଲେ ବ୍ଲକ୍‌ ଅଧ୍ୟକ୍ଷ ପଦରୁ ଇସ୍ତଫା

 ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅଧ୍ୟକ୍ଷ ପଦରୁ ପ୍ରଭାତ ବଳବନ୍ତରାୟ ଇସ୍ତଫା ଦେଇଛନ୍ତି। ବ୍ୟକ୍ତିଗତ କାରଣ ଦର୍ଶାଇ ସେ ଇସ୍ତଫା ଦେଇଥିବା ଜଣାପଡ଼ିଛି। ପ୍ରଭାତଙ୍କ ବିରୋଧରେ ଅଗଷ୍ଟ ୧୧ରୁ ୩୮ରୁ ଅଧିକ ସମିତି ସଭ୍ୟ ଓ ସରପଞ୍ଚ ଅନାସ୍ଥା ପ୍ରସ୍ତାବ ଆଣିଥିଲେ। ତେବେ ସେ ଆଜି ବ୍ୟକ୍ତିଗତ କାରଣ ଦର୍ଶାଇ ଇସ୍ତଫା ଦେଇଛନ୍ତି।