ପ୍ରଶାସନର ଯୁଗ୍ମ ଜନ-ଅଭିଯୋଗ ଶୁଣାଣି
ବଲାଙ୍ଗିର: ଡିସେମ୍ବର ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁସାରେ ଆଜି ବେଲପଡା ବ୍ଲକ ମୁଖ୍ୟାଳୟରେ ଜିଲ୍ଲାପ୍ରଶାସନର ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି । ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀରେ ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ ଶ୍ରୀ ଗୌରୱ ଶିୱାଜୀ ଇସଲୱାର, ଆରକ୍ଷୀ ଅଧିକ୍ଷକ ଖିଲାରୀ ରିଷିକେଶ ଦ୍ୟାନଦେଓଙ୍କୁ ସମୁଦାୟ ୧୯ଗୋଟି ଅଭିଯୋଗ ଦାଖଲ ହୋଇଥିଲା । ତନ୍ମଧ୍ୟରୁ ୧୪ ଟି ବ୍ୟକ୍ତିଗତ ଅଭିଯୋଗ ଓ ଅବଶିଷ୍ଠ ୫ଟି ସାମୁହିକ ଅଭିଯୋଗ ଥିଲା । ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀମାନେ ଜନସାଧାରଣଙ୍କ ଏହି ସମସ୍ତ ଅଭିଯୋଗ ଓ ସମସ୍ୟା ଗୁଡିକର ଶୁଣାଣୀ କରି ୫ଟି ମାମଲାର ଶୁଣାଣୀର ତୁରନ୍ତ ସମାଧାନ କରିଥିଲେ ଏବଂ ବାକି ଥିବା ମାମଲା ଗୁଡିକୁ ସମ୍ପୃକ୍ତ ବିଭାଗର ଅଧିକାରୀଙ୍କୁ ଶୀଘ୍ର ସମାଧାନ କରିବାକୁ ଜିଲ୍ଲାପାଳ ର୍ନିେଶ ଦେଇଥିଲେ । ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମରେ ପାଟଣାଗଡ ଉପଜିଲ୍ଲାପାଳ ସୁନିଲ ମେହେର, ଡେପୁଟି କଲେକ୍ଟର(ସାଧାରଣ ଓ ବିବିଧ)ହେତୁରାମ ବିଭାର, ଜିଲ୍ଲା ଶିକ୍ଷାଧିକାରୀ ଧୃବ ଚରଣ ବେହେରା, ଜିଲ୍ଲା ମଙ୍ଗଳ ଅଧିକାରୀ ଅଲେଖ ବିଶ୍ୱାଳ, ସ୍ନିଗ୍ଧାରାଣୀ ତ୍ରିପାଠୀ ତଥା ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ ।