ପ୍ରସୂତିଙ୍କ ମୃତୁ୍ୟରେ କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର : ନୟାଗଡ଼ ଓ କନ୍ଧମାଳ ଜିଲ୍ଲାରେ ପ୍ରସୂତି ଓ ଗର୍ଭବତୀଙ୍କ ମୃତୁ୍ୟ ଘଟଣାରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ରାଜ୍ୟ ସରକାର । ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ପ୍ରସୂତି ମହିଳା ମମତା ନାୟକଙ୍କ ମୃତୁ୍ୟକୁ ନେଇ ତୁରନ୍ତ କାର୍ଯ୍ୟାନୁଷ୍ଠାନ ସ୍ୱରୂପ ସଂପୃକ୍ତ ଡାକ୍ତରଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି । ଘଟଣାର ବିଧିବଦ୍ଧ ତଦନ୍ତ ପାଇଁ ରାଜ୍ୟସ୍ତରରୁ ତିନିଜଣିଆ ଏକ୍ସପର୍ଟ ଟିମ୍ ପଠାଯାଇଛି । ଏହି ଟିମ୍ ନୟାଗଡ଼ରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି । ତଦନ୍ତ ରିପୋର୍ଟ ଉପରେ ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ସ୍ପଷ୍ଟ କରାଯାଇଛି । ତଦନ୍ତ ଶେଷ କରି ୭ ଦିନ ମଧ୍ୟରେ ରିପୋର୍ଟ ଦେବାକୁ ଏକ୍ସପର୍ଟ ଟିମଙ୍କୁ ନିଦେ୍ର୍ଦଶ ଦିଆଯାଇଛି ।
ସେପଟେ କନ୍ଧମାଳ ଜିଲ୍ଲା ଦାରିଙ୍ଗିବାଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଗର୍ଭବତୀ ମହିଳା ସୁନିମା ପ୍ରଧାନଙ୍କ ମୃତୁ୍ୟ ଘଟଣାର ବିଧିବଦ୍ଧ ତଦନ୍ତ ପାଇଁ ରାଜ୍ୟସ୍ତରରେ ଗଠିତ ହୋଇଛି ବିଶେଷଜ୍ଞ ଟିମ୍ । ଏହି ଟିମ୍ ତଦନ୍ତ ପ୍ରକ୍ରିୟା ଆରମ୍ଭ କରିଥିବା ବେଳେ ୭ ଦିନ ମଧ୍ୟରେ ରିପୋର୍ଟ ଦେବା ପରେ ଆବଶ୍ୟକୀୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କୁହାଯାଇଛି । ଗର୍ଭବତୀ ମହିଳାଙ୍କ ଚିକିତ୍ସାରେ କୌଣସି ପ୍ରକାର ଅବହେଳାକୁ ବରଦାସ୍ତ କରାଯିବ ନାହିଁ ଏବଂ ଅବହେଳା କରିଥିବା ଡାକ୍ତର/ନର୍ସିଂ ଅଫିସର/ଷ୍ଟାଫ୍ଙ୍କ ବିରୁଦ୍ଧରେ କଡା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ କୁହାଯାଇଛି ।