ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା କମିଟି ବୈଠକ : ବିପର୍ଯ୍ୟୟବେଳେ ମିଳିମିଶି କାମ କଲେ ବିପଦ ଏଡ଼ାଇହେବ
ନବରଙ୍ଗପୁର : ନବରଙ୍ଗପୁର ଜିଲ୍ଲାପାଳ ଡ଼ା ଶୁଭଙ୍କର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ଓ ପରିଚାଳନା (ବନ୍ୟା) କମିଟିର ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଓଡିଶା ସରକାରଙ୍କର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର ମାଝୀ, ଡାବୁଗାଁ ବିଧାୟକ ମନୋହର ରନ୍ଧାରୀ, ଲୋକସଭା ସାଂସଦ ପ୍ରତିନିଧି ପ୍ରହ୍ଲାଦ ତ୍ରିପାଠୀ, ନବରଙ୍ଗପୁର ପୌରପରିଷଦ ଅଧ୍ୟକ୍ଷ କୁନୁ ନାୟକ, ଅତିରିକ୍ତ ଜିଲ୍ଲାପାଳ ତପନ କୁମାର ଖୁଣ୍ଟିଆ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ,ଜିଲ୍ଲା ପରିଷଦ ବିରଞ୍ଚି ନାରାୟଣ ଦରୱାନ, ଉପ ଜିଲ୍ଲାପାଳ ପ୍ରକାଶ ଚନ୍ଦ୍ର ମିଶ୍ର ଯୋଗ ଦେଇଥିଲେ । ବିପର୍ଯୟ ସମୟରେ ମିଳିତ ଭାବରେ ପରସ୍ପର ବିଭାଗ ସହିତ ସମନ୍ୱୟ ରକ୍ଷା କରି କାର୍ଯ୍ୟ କରିଲେ ବିପର୍ଯୟ ମୁକାବୁଲାକୁ ସହଜରେ ଏଡାଇପାରିବା ବୋଲି ମାନ୍ୟବର ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ପ୍ରକାଶ କରିଥିଲେ । ବିଶେଷ କରି ବର୍ଷା ଦିନ ବନ୍ୟା ସମୟରେ ଏହାର ସଫଳ ମୁକାବିଲା କିପରି କରାଯାଇ ପାରିବ ବିସ୍ତୃତ ଭାବେ ଆଲୋଚନା ହୋଇଥିଲା । ଜିଲ୍ଲାରେ ଥିବା ଦୁର୍ବଳ ନଦୀ ବନ୍ଧ ଗୁଡିକ ଶ୍ରୀଘ୍ର ଚିହ୍ନଟ କରି ତାର ମରାମତି କରିବା ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ଜିଲ୍ଲାପାଳ ନିଦେ୍ର୍ଧଶ ଦେଇଛନ୍ତି । ବିଶେଷ କରି ବନ୍ୟା ପ୍ରବଣ ଅଞ୍ଚଳ ଗୁଡିକରେ ପ୍ରଯ୍ୟାପ୍ତ ପରିମାଣରେ ଚାଉଳ, କିରୋସିନୀ, ଚୁଡା, ଗୂଡ଼, ଗୋଖାଦ୍ୟ, ଔଷଧ ବ୍ୟତୀତ ଶୁଦ୍ଧ ପାନୀୟ ଜଳ ଏବଂ ସ୍ୱାସ୍ଥ୍ୟ ପରିମଳ ବ୍ୟବସ୍ଥା ଉପରେ ଯଥା ସମ୍ଭବ ଆଗୁଆ ପଦକ୍ଷେପ ଗ୍ରହଣ କରିବା ପାଇଁ ସମ୍ପୃକ୍ତ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ପରାମର୍ଶ ଦେଇଥିଲେ । ବନ୍ୟା ପ୍ରଭାବିତ ଅଞ୍ଚଳ ମାନଙ୍କରେ ସମ୍ଭାବ୍ୟ ମହାମାରୀକୁ ପ୍ରତିହିତ କରିବା ନିମନ୍ତେ ଜିଲ୍ଲା ମୁଖ୍ୟ ଚିକିସôା ଅଧିକାରୀ ସହିତ ଉପସ୍ଥିତ ଥିବା ବିଭାଗୀୟ ଅଧିକାରୀ ମାନଙ୍କୁ ପରାମର୍ଶ ଦେବା ସହିତ ବନ୍ୟା ପ୍ଲାବିତ ଅଞ୍ଚଳରେ ଆବଶ୍ୟକୀୟ ଔଷଧ ତଥା ସାପ କାମୁଡ଼ା ଇଞ୍ଜେକସନ୍ ,ହେଲୋଜିନ୍ ବଟିକା, ଓ ଆର୍ ଏସ୍, ବ୍ଲିଚିଙ୍ଗ ଇତ୍ୟାଦି ମହଜୁଦ ରଖିବା ପାଇଁ ଦୃଷ୍ଟି ଆକର୍ଷଣ କରିଥିଲେ । ସେହିପରି ନିର୍ଦ୍ଧାରିତ ସମୟ ମଧ୍ୟରେ ସଠିକ ବୃଷ୍ଟିର ପରିମାଣ ଜିଲ୍ଲା ଜରୁରୀକାଳୀନ ଉପବିଭାଗକୁ ପ୍ରେରଣ କରିବା ପାଇଁ ସମ୍ପୃକ୍ତ ଗୋଷ୍ଠି ଉନ୍ନୟନ ଅଧିକାରୀ ମାନଙ୍କୁ ନିଦେ୍ର୍ଧଶ ଦେଇଥିଲେ ।